ଦିନକ ପରେ ରାଜ୍ୟର ଶେଷ ପର୍ଯ୍ୟାୟ ନିର୍ବାଚନ, ୬ ଲୋକସଭା ଆସନ ଓ ୪୨ ବିଧାନସଭା ଆସନରେ ହେବ ମତଦାନ

୬ ଲୋକସଭା ଆସନ ଓ ୪୨ ବିଧାନସଭା ଆସନରେ ହେବ ମତଦାନ । ୪୬୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ପ୍ରାୟ ଏକ କୋଟି ଭୋଟର ।

ଦିନକ ପରେ ରାଜ୍ୟର ଶେଷ ପର୍ଯ୍ୟାୟ ନିର୍ବାଚନ ।  ୬ ଲୋକସଭା ଆସନ ଓ ୪୨ ବିଧାନସଭା ଆସନରେ ହେବ ମତଦାନ । ୪୬୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ପ୍ରାୟ ଏକ କୋଟି ଭୋଟର । ନିର୍ବାଚନ ରଣାଙ୍ଗନରେ ଅଛନ୍ତି ୬୬ ଜଣ ସାଂସଦ ପ୍ରାର୍ଥୀ ଓ ୩୯୪ ବିଧାୟକ ପ୍ରାର୍ଥୀ । ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟର ସର୍ବାଧିକ ଭୋଟର ଅଛନ୍ତି ।

ମୋଟ ୯୯ ଲକ୍ଷ ୬୧ ହଜାର ଭୋଟରଙ୍କ ମଧ୍ୟରୁ ୫୦ଲକ୍ଷ ୮୮ ହଜାର ପୁରୁଷ । ମହିଳା ଭୋଟରଙ୍କ ସଂଖ୍ୟା ୪୮ ଲକ୍ଷ ୭୨ ହଜାର । ମୋଟ ୧୦ ହଜାର ୮୮୨ଟି ମତଦାନ କେନ୍ଦ୍ର ରହିଥିବା ବେଳେ ୧୪ଶହରୁ ଅଧିକ ସଖୀ ବୁଥ ରହିଛି । ୨୦ ପ୍ରତିଶତ ବୁଥକୁ ଆଦର୍ଶ ବୁଥ କରାଯାଇଛି । ସୁରୁଖୁରୁରେ ନିର୍ବାଚନ ପରିଚାଳନା ପାଇଁ ନିୟୋଜିତ ହୋଇଛନ୍ତି ୭୦ ହଜାର ପୋଲିଂ କର୍ମଚାରୀ । ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ରାଜ୍ୟ ପୋଲିସ ସହ ୧୨୫ କଂପାନୀ ସେଣ୍ଟ୍ରାଲ ଆର୍ମଡ ପୋଲିସ ଫୋର୍ସ ମୁତୟନ ହେବେ  ।

Leave A Reply

Your email address will not be published.