ରାଜ୍ୟ କର୍ମଚାରୀଙ୍କୁ ପୂଜା ଭେଟି: ୩ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର (କେନ୍ୟୁଜ): ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି । ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ୧.୧.୨୦୨୨ରୁ ପିଛିଲା ଭାବରେ ଲାଗୁ କରାଯାଇଛି। ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି  କରାଯାଇଛି।

ତେବେ କର୍ମଚାରୀ ଓ ପେନ୍ସନଭୋଗୀ  ମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବେ । ଏହାସହିତ ୨୦୨୨ ଜାନୁଆରୀରୁ ଅଗଷ୍ଟ ପର୍ଯ୍ୟନ୍ତ ବକେୟା ଭତ୍ତା ଅଲଗା ଭାବେ ପ୍ରଦାନ କରାଯିବ। ଏହାଦ୍ବାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନ୍ସନଭୋଗୀ ଉପକୃତ ହେବେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.