Categories: ରାଜ୍ୟ

ଆଜି ଶ୍ରୀମନ୍ଦିରରେ ପୁଷ୍ୟାଭିଷେକ ନୀତି , ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ(କେନ୍ୟୁଜ୍) : ପୌଷ ପୂର୍ଣ୍ଣମୀ ଅବସରରେ ଆଜି ଶ୍ରୀମନ୍ଦିରରେ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବ। ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ଏହି ଅବସରରେ ଶ୍ରୀଜିଉଙ୍କୁ ସ୍ୱତନ୍ତ୍ର ରାଜରାଜେଶ୍ୱର ବେଶ କରାଯାଇଥାଏ। ସକାଳଧୂପ ପରେ ପୁଷ୍ୟାଭିଷେକ ନୀତି ସମ୍ପନ୍ନ ହେବା ପରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହୋଇଥାଏ। ଦର୍ଶନ ପାଇଁ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ବର୍ଷକ ମଧ୍ୟରେ ମହାପ୍ରଭୁ ୫ଥର ସୁନାବେଶରେ ଦର୍ଶନ ଦେଇଥାନ୍ତି।

ମହାପ୍ରଭୁ ନୀଳମାଧବଙ୍କ ଆଜି ସୁନା ବେଶ :

ମହାପ୍ରଭୁ ନୀଳମାଧବଙ୍କ ମଧ୍ଯ ଆଜି ସୁନା ବେଶ । ପ୍ରତିବର୍ଷ ପୌଷ ପୂର୍ଣ୍ନିମା , ଦିନ ନୀଳମାଧବ ସୁନାବେଶ ରେ ଭକ୍ତ ମାନଙ୍କୁ ଦର୍ଶନ ଦେଇଥାନ୍ତି । ପୂର।ଣ ଅନୁସାରେ, ମା ଲକ୍ଷ୍ମୀ ବାପ ଘରୁ ଆଣିଥିବା ସ୍ଵର୍ଣ ଅଳଙ୍କାରକୁ ପିନ୍ଧି ରାଜା ବେଶରେ ଭକ୍ତମାନ୍ନଙ୍କୁ ଦର୍ଶନ ଦେଇଥାନ୍ତି ମହାପ୍ରଭୁ ନୀଳମାଧବ ଏବଂ ଏହି ବେଶ ରେ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ଫଳ ମିଳେ ବୋଲି ପୂରାଣରେ ଲିପିବଦ୍ଧ ରହିଛି ।

ଜଗନ୍ନାଥଙ୍କ ଆଦିପିଠ ନୀଳମାଧବ ସ୍ଵର୍ଣ ଅଳଙ୍କାର ସହ ପାଟ ବସ୍ତ୍ର ପିନ୍ଧିଥାନ୍ତି । ସକାଳର ସମସ୍ତ ନୀତି କାନ୍ତି ସହ, ହୋମ ହୋଇଥାଏ । ଗୁପ୍ତ ନୀତିରେ ଅଙ୍ଗ ବସ୍ତ୍ର ପରିଧାନ ପରେ, ସ୍ଵର୍ଣ ଅଳଙ୍କାର ପିନ୍ଧିଥାନ୍ତି । ନୀଳମାଧବ କ୍ଷେତ୍ରରେ ବର୍ଷକୁ ଥରେ ଏହି ସୁନା ବେଶ ହୋଇଥିବାରୁ ହଜାର ହଜାର ସଂଖ୍ୟାରେ ଭକ୍ତ ମାନଙ୍କର ସମାଗମ ହୋଇଥାଏ । ଲୋକ ସଂଖ୍ୟା କୁ ଆଖି ଆଗରେ ରଖି ମନ୍ଦିର ପ୍ରଶାସନ ଓ ଜିଲ୍ଲା ପୋଲିସ ପକ୍ଷରୁ ବ୍ୟାପକ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

KNews Bureau

Recent Posts

ଆଜିର ରାଶିଫଳ: ଦିନଟି ଆପଣଙ୍କର କିପରି ବିତିବ ଜାଣନ୍ତୁ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ଶକ୍ତିଶାଳୀ ହେବାକୁ ଯାଉଛି । ଆପଣ ଠିକ୍ ସମୟରେ କାର୍ଯ୍ୟ ସମାପ୍ତ କରିବାକୁ…

39 mins ago

ଯାତ୍ରୀବାହୀ ବସ୍ ଓଲଟି ୩ ମୃତ, ୫ ଗୁରୁତର

କନ୍ଧମାଳ :  କନ୍ଧମାଳରେ ଓଲଟିଲା ଯାତ୍ରୀବାହୀ ବସ୍ । ୩ ଯାତ୍ରୀ ମୃତ, ୫୦ରୁ ଅଧିକ ଯାତ୍ରୀ ଆହତ ।…

2 hours ago

ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ, ଥାନାରେ ପୁତୁରା ଅଟକ

ପାଟଣାଗଡ଼ : ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ । ଘଟଣା ଘଟିଛି ପାଟଣାଗଡ଼ ଥାନା କୁତୁମୁଣ୍ଡା ଗ୍ରାମରେ ।…

3 hours ago

ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ

ଭୁବନେଶ୍ୱର : ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ । ଆଦର୍ଶ ଆଚରଣ ବିଧି ଓ ଆଇନ ଉଲ୍ଲଙ୍ଘନକାରୀ…

5 hours ago

ବସ୍ ସହ ପିକଅପ୍ ଭ୍ୟାନ ଧକ୍କା, ୧୯ ହୋମଗାର୍ଡ ଆହତ

ଭୁବନେଶ୍ୱର : ନିର୍ବାଚନ ଡ୍ୟୁଟିରେ ଯାଉଥିବା ବେଳେ ବସ୍ ଦୁର୍ଘଟଣା । ନିର୍ବାଚନ ଡ୍ୟୁଟିରେ ବଲାଙ୍ଗିରରୁ କେନ୍ଦ୍ରାପଡ଼ାକୁ ବସଟି ଯାଉଥିଲା।…

6 hours ago

ରାଜ୍ୟରେ ବଢୁଛି ତାପମାତ୍ରା, ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ବଢୁଛି ତାପମାତ୍ରା । ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…

6 hours ago