Categories: ରାଜ୍ୟ

ମହାରଥୀଙ୍କୁ ମିଳିଲା ଜାମିନ୍, ମଞ୍ଜୁର କଲେ ଭୁବନେଶ୍ୱର ସ୍ୱତନ୍ତ୍ର କୋର୍ଟ

ବିଧାୟକ ପ୍ରଦୀପ ମହାରଥୀଙ୍କୁ ମିଳିଲା ଜାମିନ । ଭୁବନେଶ୍ୱର ସ୍ୱତନ୍ତ୍ର କୋର୍ଟ ତାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ୫୦ହଜାର ଲେଖାଏଁ ୨ ଜାମିନଦାରଙ୍କ ବଦଳରେ ଜାମିନ ଦିଆଯାଇଛି । ଗତ ରବିବାର ରାତିରେ ପିପିଲିରେ ନିର୍ବାଚନ ଫ୍ଲାଇଂ ସ୍କ୍ଵାଡ ଉପରେ ଆକ୍ରମଣ ଘଟଣାରେ ମହାରଥୀଙ୍କୁ ପୋଲିସ ଗିରଫ କରିଥିଲା । ଏଥିରେ ଫ୍ଲାଇଂ ସ୍କ୍ଵାଡ୍ ମାଜିଷ୍ଟ୍ରେଟ ରବିନାରାୟଣ ପାତ୍ରଙ୍କ ସମେତ ୫ ଜଣ ଆହତ ହୋଇଥିଲେ ।

ଏହି ମାମଲାରେ ଥାନାରେ ପଚରାଉଚରା ପରେ ମହାରଥୀଙ୍କୁ ଗିରଫ କରିଥିଲା ପୋଲିସ । ତାଙ୍କ ନାଁରେ ଆଇପିସି ଧାରା ୧୪୭, ୧୪୮, ୧୪୯, ୧୮୮, ୨୯୪, ୩୪୧, ୩୫୩, ୩୩୩, ୧୭୧ ବି, ୫୦୬, ୩୦୭ ସହ ଜନ ପ୍ରତିନିଧି ଆଇନର ଧାରା ୧୨୩ ଆଦି ଦଫା ଲାଗିଛି। ଏ ଘଟଣାରେ ୧୧-୧୫ଜଣଙ୍କ ସଂପୃକ୍ତି ଅଛି। ଆକ୍ରମଣ ଘଟଣା ବେଳେ ମହାରଥୀ ଉପସ୍ଥିତ ଥିବା ନେଇ ପୋଲିସ ପାଖରେ ଅଭିଯୋଗ ହୋଇଛି। ଗିରଫ ପରେ ପ୍ରଥମେ ପିପିଲି କୋର୍ଟରେ ହାଜର କରାଯାଇଥିଲା । ତେବେ ଏହା ନିର୍ବାଚନ ସଂପର୍କିତ ମାମଲା ହୋଇଥିବାରୁ ତାଙ୍କୁ ଭୁବନେଶ୍ୱର ସ୍ୱତନ୍ତ୍ର ଏଡିଜେ କୋର୍ଟରେ ପୁଣି ହାଜର କରିଥିଲା ପୋଲିସ ।

KNews Bureau

Recent Posts

ଥାନା ଭିତରେ ବୋହୂ, ବାହାରେ ନାତି ନାତୁଣିଙ୍କୁ ଧରି ଛିଡା ହୋଇଛନ୍ତି ଶାଶୁ

ଚୌଦ୍ୱାର : ଶାଶୁ କହୁ କହୁ କାନ୍ଦି ପକାଉଛନ୍ତି । ନିଜର ନାତି ନାତୁଣୀଙ୍କୁ ଧରି ଶାଶୁ ପହଁଚିଛନ୍ତି ଥାନାରେ…

43 mins ago

ରାଜ୍ୟରେ ମୌସୁମୀର ପ୍ରଭାବରେ ବର୍ଷା, ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…

52 mins ago

OSRTC ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

1 hour ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

1 hour ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

1 hour ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

2 hours ago