ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ସର୍ତ୍ତମୂଳକ ଜାମିନ୍

ଭୁବନେଶ୍ବର: ପ୍ରଦୀପ ପାଣିଗ୍ରାହୀଙ୍କୁ ଜାମିନ୍। ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ। ଟାଟା କମ୍ପାନୀରେ ଚାକିରି କରାଇଦେବା ନାଁରେ ଠକେଇ ମାମଲାରେ ଜାମିନ୍ ମିଳିଛି।
୩ଟି ମାମଲାରେ ତାଙ୍କୁ ସର୍ତ୍ତମୂଳକ ଜାମିନ ଦେଇଛନ୍ତି ହାଇକୋର୍ଟ। ଗଣମାଧ୍ୟମରେ ବିବୃତ୍ତି ନଦେବା, ୨ଲକ୍ଷ ଟଙ୍କା ଓ ଦୁଇ ଜଣ ଜାମିନଦାର ବଦଳରେ ତାଙ୍କୁ ଜାମିନ ମିଳିଛି। ଜାମିନ ସର୍ତ୍ତ ପୂରଣ କଲେ ନିମ୍ନ ଅଦାଲତ ତାଙ୍କୁ ଜାମିନରେ ଛାଡ଼ିବେ ବୋଲି ହାଇକୋର୍ଟ କହିଛନ୍ତି। ପୂର୍ବରୁ କ୍ରାଇମବ୍ରାଞ୍ଚ ଦ୍ୱାରା ଦାୟର ଏକ ମାମଲାରେ ଜାମିନ ପାଇସାରିଥିଲେ ପ୍ରଦୀପ।