Below header

ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବରୁ OFDC ଅଧ୍ୟକ୍ଷ ହେଲେ ପ୍ରଦୀପ୍ତ ମହାପାତ୍ର

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ଆଇଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ । ବଦଳିଲେ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର । ତାଙ୍କୁ ଓଡ଼ିଶା ଫରେଷ୍ଟ ଡେଭଲପମେଣ୍ଟ କର୍ପୋରେସନ୍‌ ବା OFDC ଅଧ୍ୟକ୍ଷ ଭାବରେ ନିଯୁକ୍ତି ମିଳିଛି । ଏହି ଦାୟିତ୍ୱରେ ଥିବା ପ୍ରଶାସନିତ ଅଧିକାରୀ ପରାଗ ଗୁପ୍ତାଙ୍କୁ ପବ୍ଲିକ ଏଣ୍ଟପ୍ରାଇଜର୍ସ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ଭାବରେ ବଦଳି କରାଯାଇଛି ।

ସେହିପରି ସାଧାରଣ ଉଦ୍ୟୋଗ ବିଭାଗ ପ୍ରିନ୍ସିପାଲ ସେକ୍ରେଟାରୀ ଥିବା ବିଜୟ ଆରୋରା ହୋଇଛନ୍ତି ସାଧାରଣ ପ୍ରଶାସନ ବିଭାଗର ଓଏସଡି ଭାବରେ ନିଯୁକ୍ତି ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.