Categories: ରାଜ୍ୟ

ସ୍ୱାଭିମାନ ଅଞ୍ଚଳରେ ପ୍ରଜାମେଳି, ସରକାର ଯୋଗାଇଥିବା ସମସ୍ତ ଯୋଜନା ପାଇଁ ଦେଲେ ଧନ୍ୟବାଦ

ମାଲକାନଗିରି: ସ୍ୱାଭିମାନ ଅଞ୍ଚଳରେ ପ୍ରଜାମେଳି । ହେଲେ ସରକାରଙ୍କ ବିରୋଧରେ ନୁହେଁ । ବରଂ ସରକାର ପହଁଚାଇଥିବା ସମସ୍ତ ଯୋଜନାକୁ ନେଇ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଯେଉଁଠାରେ ପ୍ରଜାମେଳି ହୋଇ ସରକାରଙ୍କ ବିରୋଧରେ ସ୍ୱର ଉଠିଥାଏ, ସେଇଠି ଶୁଭୁଛି ସରକାରଙ୍କୁ ଧନ୍ୟବାଦ ନାରା । ପାପରମେଟାଲ, ବଡପଡ଼ା, ରାଳେଗାଡ଼ା ଓ ଧୂଳିପୁଟ ପଞ୍ଚାୟତର ହଜାର ହଜାର ଆଦିବାସୀ ଏକାଠି ହୋଇଥିଲେ। ସ୍ୱାଭିମାନ ଅଞ୍ଚଳରେ ସରକାର ୧୦୦ କୋଟି ବ୍ୟୟରେ ରାସ୍ତାଘାଟ, ପାନୀୟ ଜଳ ଯୋଗାଣ, ମେଡିକାଲ, ଶିକ୍ଷା ସ୍ୱାସ୍ଥ୍ୟ ଉନ୍ନତି ପାଇଁ ଯେଉଁ ସବୁ ପଦକ୍ଷେପ ନିଆଯାଉଛି ତାକୁ ସ୍ୱାଗତ କରିଛନ୍ତି ଅଞ୍ଚଳବାସୀ । ବିଛିନ୍ନାଞ୍ଚଳ ବଦଳରେ ସ୍ୱାଭିମାନ ଅଞ୍ଚଳ କରିବାକୁ ସେମାନେ ଦାବି ଜଣାଇଛନ୍ତି । ସ୍ୱାଭିମାନ ଅଞ୍ଚଳର ୭ଟି ପଞ୍ଚାୟତର ଲୋକ ପ୍ରଜାମେଳିରେ ସାମିଲ ହୋଇଥିଲେ ।.

 

KNews Bureau

Recent Posts

ଥାନା ଭିତରେ ବୋହୂ, ବାହାରେ ନାତି ନାତୁଣିଙ୍କୁ ଧରି ଛିଡା ହୋଇଛନ୍ତି ଶାଶୁ

ଚୌଦ୍ୱାର : ଶାଶୁ କହୁ କହୁ କାନ୍ଦି ପକାଉଛନ୍ତି । ନିଜର ନାତି ନାତୁଣୀଙ୍କୁ ଧରି ଶାଶୁ ପହଁଚିଛନ୍ତି ଥାନାରେ…

4 mins ago

ରାଜ୍ୟରେ ମୌସୁମୀର ପ୍ରଭାବରେ ବର୍ଷା, ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…

14 mins ago

OSRTC ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

26 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

33 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

34 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

52 mins ago