କାଣ୍ଡ ଭିଆଇଲେ ଦେବଗଡ଼ ବିଧାୟକ, ଟ୍ବିଟ ଯୁଦ୍ଧ ଲାଗିଲେ ପ୍ରଣବ-ଧର୍ମେନ୍ଦ୍ର

କେନ୍ୟୁଜ୍(ବ୍ୟୁରୋ): ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କ ଗିରଫଦାରୀ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଟ୍ଵିଟ୍‌ । ବିଧାୟକଙ୍କୁ ତରବରିଆ ଭାବେ ଗିରଫ କରାଯିବା ଚିନ୍ତାର ବିଷୟ ବୋଲି ଧର୍ମେନ୍ଦ୍ର କହିଛନ୍ତି । ତାଙ୍କ ଗିରଫଦାରୀ ଅନେକ ପ୍ରଶ୍ନ ସୃଷ୍ଟି କରୁଛି । ଲୋକଙ୍କ ସମସ୍ୟା ସମାଧାନ ପାଇଁ ଉଦ୍ୟମରେ ବାଧି ସୃଷ୍ଟି କରିବା ଅନୁଚିତ । ଜନ ପ୍ରତିନିଧି ଓ ଅଧିକାରୀଙ୍କ ସମ୍ପର୍କ ଭଲ ରହିଲେ ଲୋକଙ୍କ କାର୍ଯ୍ୟ ସହଜ ହେବ ବୋଲି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ।

  ଦେବଗଡ଼ ବିଧାୟକଙ୍କ ଗିରଫଦାରୀ ନେଇ ଧର୍ମେନ୍ଦ୍ରଙ୍କ ଟ୍ଵିଟ୍‌ ପରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ । କହିଛନ୍ତି, କେହି ଭୁଲି ଯିବା ଉଚିତ୍‌ ନୁହେଁ ଯେ ଓଡ଼ିଶାରେ ଆଇନର ଶାସନ ଚାଲିଛି । ଦେବଗଡ଼ ବିଧାୟକ ଜଣେ କର୍ତ୍ତବ୍ୟରତ ସରକାରୀ ଅଧିକାରୀଙ୍କୁ ମାଡ଼ ମାରି ଲହୁଲୁହାଣ କରିଛନ୍ତି । ନିକଟ ଅତୀତରେ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ମଧ୍ୟ ସରକାରୀ କର୍ମଚାରୀଙ୍କୁ ନିଜ ଅଫିସକୁ ଡ଼ାକି ମରଣାନ୍ତକ ଆକ୍ରମଣ କରିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.