Below header

ଭୁବନେଶ୍ବରରେ ଚିକିତ୍ସିତ ହେଉଛନ୍ତି ପ୍ରସନ୍ନ ଆଚାର୍ଯ୍ୟ, ସ୍ବାସ୍ଥ୍ୟାବସ୍ଥା ବୁଝିବାକୁ ଆସିଲେ ଫାଇଭ୍ ଟି ଅଧ୍ୟକ୍ଷ ଓ ବରିଷ୍ଠ ନେତା

ଦୁର୍ଘଟଣାରେ ଆହତ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଭୁବନେଶ୍ବରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ହସ୍ପିଟାଲରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ଫାଇଭ୍ ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ମନ୍ତ୍ରୀ ରୀତା ସାହୁ, ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ବିଜେଡିର ବହୁ ନେତା ।

ଭୁବନେଶ୍ୱର (କେନ୍ୟୁଜ): ଦୁର୍ଘଟଣାରେ ଆହତ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଭୁବନେଶ୍ବରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏବେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ହୃଦରୋଗ, ସ୍ନାୟୁ ରୋଗ ଓ ଚର୍ମରୋଗ ବିଭାଗର ଡାକ୍ତର ଚିକିତ୍ସା କରୁଛନ୍ତି। ତାଙ୍କର ସିଟି ସ୍କାନ ଓ ଏମଆରଆଇ କରାଯାଇଛି । ହସ୍ପିଟାଲରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ଫାଇଭ୍ ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ମନ୍ତ୍ରୀ ରୀତା ସାହୁ, ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ବିଜେଡିର ବହୁ ନେତା ।

୧୪ ତାରିଖ ବିଳମ୍ବିତ ରାତିରେ ଭୁବନେଶ୍ୱରରୁ ବରଗଡ ଯାଉଥିବାବେଳେ ରେଢ଼ାଖୋଲ ନିକଟରେ ଦୁର୍ଘଟଣାର ଶିକାର ହୋଇଥିଲେ ପ୍ରସନ୍ନ ଆଚାର୍ଯ୍ୟ । ତାଙ୍କ କାରକୁ ସାମନା ପଟରୁ ଏକ ଗ୍ୟାସ୍ ଟ୍ୟାଙ୍କର ଧକ୍କା ଦେଇଥିଲା। ପ୍ରସନ୍ନ ଆଚାର୍ଯ୍ୟଙ୍କ ମୁଣ୍ଡ ଓ ଆଖିରେ ଗଭୀର ଆଘାତ ଲାଗିଛି। ମୁଣ୍ଡରେ ପଡିଛି ୩୦ଟି ଷ୍ଟିଚ୍ । ପ୍ରସନ୍ନ ଆଚାର୍ଯ୍ୟଙ୍କ ପିଏସ୍ଓ ମଧ୍ୟ ସାମାନ୍ୟ ଆହତ ହୋଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.