ମୋଦି ସରକାରରେ ମନ୍ତ୍ରୀ ପଦ ପାଇବା ପରେ ଭୁବନେଶ୍ୱର ପହଞ୍ଚିଲେ ଓଡ଼ିଶାର ଦୁଇ କେନ୍ଦ୍ର ମନ୍ତ୍ରୀ

 ଭୁବନେଶ୍ୱର(କେନ୍ୟୁଜ୍) : ଭୁବନେଶ୍ୱର ପହଞ୍ଚିଲେ ଓଡ଼ିଶାର ଦୁଇ କେନ୍ଦ୍ର ମନ୍ତ୍ରୀ । ମୋଦି ସରକାରରେ ମନ୍ତ୍ରୀ ପଦ ପାଇବା ପରେ ଭୁବନେଶ୍ୱର ଆସିଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ଏବଂ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ରାଷ୍ଟ୍ର ମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ । ଉଭୟଙ୍କ ସହ ରାଜ୍ୟ ବିଜେପି ପ୍ରଭାରୀ ଅରୁଣ ସିଂହ ବି ଭୁବନେଶ୍ୱର ଆସିଛନ୍ତି । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଦଳ ପକ୍ଷରୁ ସ୍ୱାଗତ ଓ ସମ୍ବର୍ଦ୍ଧନା ଦିଆଯାଇଛି । ଏହାପରେ ସେମାନେ ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ନ ୩ଟାରେ ଭୁବନେଶ୍ୱର ସ୍ଥିତ ପ୍ରଦର୍ଶନୀ ପଡିଆରେ ବିଜେପି ପକ୍ଷରୁ ସ୍ୱାଗତ ଓ ସମ୍ବର୍ଦ୍ଧନ ସଭା ହେବ । ଏଥିରେ ଉଭୟଙ୍କୁ ରାଜ୍ୟ ବିଜେପି ପକ୍ଷରୁ ସମ୍ବର୍ଦ୍ଧିତ କରାଯିବ । ସେହିପରି ବିଜେପିର ସମସ୍ତ ନବ ନିର୍ବାଚିତ ସାଂସଦ ଓ ବିଧାୟକଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.