ରାଜ୍ୟ

ଆଜି ପ୍ରଥମାଷ୍ଟମୀ : ଗାଁଠୁ ସହର ଯାଏଁ ଏଣ୍ଡୁରୀ ପିଠାରେ ମହକୁଛି ଘର

ଭୁବନେଶ୍ୱର (କେନ୍ୟୁଜ): ଆଜି ପ୍ରଥମାଷ୍ଟମୀ । ମାର୍ଗଶିର ମାସର କୃଷ୍ଣପକ୍ଷ ଅଷ୍ଟମୀ ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହା ପ୍ରକୃତରେ ଜ୍ୟେଷ୍ଠ ସନ୍ତାନର ସମ୍ବର୍ଦ୍ଧନା। ଏହା ଓଡ଼ିଶାର ଏକ ପାରମ୍ପରିକ ପର୍ବ । ଏହା ଲୋକଭାଷାରେ ‘ପରୁହାଁ ଅଷ୍ଟମୀ’ ବା ‘ପଢ଼ୁଆଁ ଅଷ୍ଟମୀ’। ଏହିଦିନ ଜ୍ୟେଷ୍ଠ ସନ୍ତାନର ଦୀର୍ଘଜୀବନ କାମନା କରି ଷଷ୍ଠୀଦେବୀଙ୍କର ପୂଜା କରାଯାଏ । କାରଣ, ଷଷ୍ଠୀଦେବୀ ହେଉଛନ୍ତି ‘ଜ୍ୟେଷ୍ଠାଦେବୀ’।

ଓଡ଼ିଆ ପରମ୍ପରା ଅନୁଯାୟୀ, ପ୍ରଥମାଷ୍ଟମୀ ଦିନ ଘରର ଜ୍ୟେଷ୍ଠ ସନ୍ତାନକୁ ସ୍ନାନାନ୍ତେ ନୂତନ ବସ୍ତ୍ର ପିନ୍ଧାଇ ଦିଅଁଙ୍କ ଆଗରେ ପିଢ଼ା ଉପରେ ବସାଇ ଦୁଇ କାନରେ ଫୁଲ ଓ ମୁଣ୍ଡରେ ଚନ୍ଦନ ଲଗାଇ ଦୂବ, ବରକୋଳି ପତ୍ର ଓ ହଳଦୀମିଶା ଚାଉଳ ମିଶାଇ ସେଥିରେ ମା’ ମାନେ ତାଙ୍କୁ ବନ୍ଦାପନା କରନ୍ତି । ବନ୍ଦାପନା ପରେ ଜ୍ୟେଷ୍ଠ ସନ୍ତାନ, ଷଠୀ ଦେବୀଙ୍କୁ ମୁଣ୍ଡିଆ ମାରିବା ସହିତ ପିତାମାତା ଓ ଗୁରୁଜନଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ଭିକ୍ଷା କରନ୍ତି। ପରମ୍ପରା ଅନୁଯାୟୀ, ଏହି ଦିନ ଜ୍ୟେଷ୍ଠ ସନ୍ତାନ ପିନ୍ଧୁଥିବା ନୂତନ ବସ୍ତ୍ର ମାମୁଁଘରୁ ଆସିଥାଏ। ଏହିଦିନ ମାମୁଁମାନେ ନୂଆଲୁଗା, ମିଷ୍ଟାନ୍ନ ଓ ଅନ୍ୟାନ୍ୟ ସାମଗ୍ରୀ ସହ ଭଉଣୀ ଘରକୁ ଯାଇ ଭଣଜା ଭାଣିଜୀକୁ ପଢୁଆଁ କରନ୍ତି । ସେଥିପାଇଁ ମାମୁଁଙ୍କୁ ଶ୍ରଦ୍ଧା ଓ ପରିହାସରେ ‘ଅଷ୍ଟମୀ ବନ୍ଧୁ’ ବୋଲି କୁହାଯାଏ ।

ଏଣ୍ଡୁରି ପିଠା ପ୍ରଥମାଷ୍ଟମୀର ବିଶେଷତ୍ୱ। ଏହି ପିଠା ପାଇଁ ହଳଦୀପତ୍ରର ବ୍ୟବହାର ମଧ୍ୟ ଅନ୍ୟ ଏକ ବିଶେଷତ୍ୱ । ଅନ୍ୟ କୌଣସି ପର୍ବରେ ହଳଦୀ ପତ୍ର ବ୍ୟବହୃତ ହୁଏନାହିଁ । କେବଳ ପ୍ରଥମାଷ୍ଟମୀ ଉପଲକ୍ଷେ ଏଣ୍ଡୁରି ପିଠାରେ ହଳଦୀପତ୍ରର ବ୍ୟବହାର କରାଯାଏ। ଛେନା, ନଡ଼ିଆପୁର, ଗୁଡ଼, ଉଆପକ୍ଷିଆ ଚାଉଳ, ହଳଦୀ ପତ୍ର ଏବଂ ବିରିରେ ଏଣ୍ଡୁରି ପିଠା ତିଆରି କରାଯାଏ। ଏଣ୍ଡୁରିପିଠା ପାଇଁ ଯେଉଁ ସ୍ୱତନ୍ତ୍ର ଅଥାର ହାଣ୍ଡି ପ୍ରସ୍ତୁତ କରାଯାଇଥାଏ, ସାତଦିନ ଧରି ତାହା ରହେ ଏବଂ ତହିଁରେ ପିଠା ପ୍ରସ୍ତୁତ ହୁଏ। ସପ୍ତମ ଦିନ ଏହି ଅଥାର ହାଣ୍ଡି ଭଙ୍ଗାଯାଏ।

ଶ୍ରୀମନ୍ଦିରରେ ଏହିଦିନ ବଡ଼ଠାକୁର ବଳଭଦ୍ର ଏବଂ ଅନ୍ୟ ଠାକୁରମାନେ ନୂତନ ବସ୍ତ୍ର ପରିଧାନ କରିଥାଆନ୍ତି । ଶ୍ରୀଲିଙ୍ଗରାଜ ମଧ୍ୟ ଏହିଦିନ ପୋରୁହାଁ ହେବାକୁ ମିତ୍ରେଶ୍ୱର ବରୁଣେଶ୍ୱର ମନ୍ଦିରକୁ ଯାଇଥାଆନ୍ତି। ଜ୍ୟେଷ୍ଠା କନ୍ୟା ଭାବରେ ‘ଭାର୍ଗବୀ’ ବା ମହାଲକ୍ଷ୍ମୀ ମଧ୍ୟ ଏହିଦିନ ପରୁହାଁ ହୁଅନ୍ତି ଏବଂ ଏହାପରର ଗୁରୁବାରରେ ମାଣ ବସାଯାଇ ତାଙ୍କର ପୂଜା କରାଯାଇ ଥାଏ ।

 

Barsha

Recent Posts

କାନକଟା ଘାଟିରେ ହାଇୱାକୁ ପିଟିହେଲା ବସ, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ

ବ୍ରହ୍ମପୁର : ଗଞ୍ଜାମ ଗଜପତି ଜିଲ୍ଲା ସୀମାନ୍ତ କାନକଟା ଘାଟିରେ ହାଇୱାକୁ ପିଟିହେଲା ବସ ।   ଅଳ୍ପକେ ବର୍ତ୍ତିଲେ ୪୦…

25 mins ago

କିସରେ ହେବ ସର୍ବବୃହତ ସାଇକେଲ ଭିଲୋ ଡ୍ରମ୍, ଖୁବ୍ ଶୀଘ୍ର ହେବ ଏହାର ଉଦଘାଟନ

ଭୁବନେଶ୍ୱର : କିଟ୍ ଓ କିସ୍ ହେଉଛି କ୍ରୀଡାର ହବ୍ । କିସରେ ଯୋଡି ହେବାକୁ ଯାଉଛି ସର୍ବବୃହତ ସାଇକେଲ…

1 hour ago

ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ଭାବେ ସୁସ୍ଥ : ତାରାପ୍ରସାଦ ବାହିନୀପତି

କେନ୍ୟୁଜ(ବ୍ୟୁରୋ) : ବିଜୁ ଜନତା ଦଳ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ଅଛନ୍ତି…

1 hour ago

ମନ୍ଦିର ପରିସରରୁ ମୟୁର, ଶାରୀ, ଶୁଆ ଉଦ୍ଧାର କଲେ ବନବିଭାଗ

ଭୁବନେଶ୍ୱର(କେନ୍ୟୁଜ୍‌): ଆଜିକାଲି ଘରେ ପକ୍ଷୀମାନଙ୍କୁ ପଞ୍ଜୁରୀରେ ରଖିବା ଏକ ପ୍ରକାର ଟ୍ରେଣ୍ଡ ପାଲଟିଗଲାଣି । ନିଜ ସଉକ ପାଇଁ କଥା…

2 hours ago

ସାଉଦି ଆରବରେ ହିଟ୍ ଷ୍ଟ୍ରୋକ୍‌ର ତାଣ୍ଡବ, ମକ୍କାରେ ହଜ୍‌ ଯାତ୍ରୀଙ୍କ ମୃତ୍ୟୁ ସଂଖ୍ୟା ୧୦୦୦ ଟପିଲା

ସାଉଦି ଆରବରେ ହିଟ୍ ଷ୍ଟ୍ରୋକ୍ ମୃତ୍ୟୁର ତଣ୍ଡବ ରଚିଛି । ରିପୋର୍ଟରୁ ଜଣାପଡ଼ିଛି, ଚଳିତ ବର୍ଷ ମକ୍କାରେ ହିଟ୍‌ ୱେଭ୍‌…

2 hours ago

ଅନୁଷ୍ଠିତ ହେଲା ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ, ସୃଷ୍ଟି ହୋଇଛି ଖୁବ ଭକ୍ତିମୟ ପରିବେଶ

କଥାରେ ଅଛି ବିଶ୍ୱାସେ ମିଳଇ ହରି, ତର୍କେ ବହୁଦୂର । ଯେଉଁଠି ବିଶ୍ୱାସ ଅଛି ସେଠି ଭଗବାନ ଅଛନ୍ତି ,…

3 hours ago