ଆଉ ୪ ଦିନ ମଧ୍ୟରେ ଓଡ଼ିଶା ମୁହାଁ ହେବ ମୌସୁମୀ, ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ

ଭୁବନେଶ୍ବର: ଆଉ ୪ ଦିନ ମଧ୍ୟରେ ମୌସୁମୀ ଓଡ଼ିଶା ମୁହାଁ ହେବ । ୧୧ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ମୌସୁମୀକୁ ଓଡ଼ିଶା ଆଡକୁ ଟାଣି ଆଣିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍‌ ମୌସୁମୀ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର କହିଛି ।

ଆସନ୍ତାକାଲି ୪ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡା ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୦ ତାରିଖ ବେଳକୁ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା, କଟକ, ପୁରୀ ସହ କନ୍ଧମାଳ, କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସେପଟେ ଆକ୍ୟୁ ୱେଦର ବୈଜ୍ଞାନିକ ଆକଳନ କରିଛନ୍ତି, ବଙ୍ଗୋପସାଗରରେ ଲଘୁଚାପ ଡିପ୍‌ ଡିପ୍ରେସନ୍‌ରେ ପରିଣତ ହୋଇପାରେ । ଓଡ଼ିଶା, ପଶ୍ଚିମବଙ୍ଗ ଓ ବାଂଲାଦେଶରେ ପ୍ରବଳ ବର୍ଷିବ ।

Leave A Reply

Your email address will not be published.