Below header

ନୂଆପଡ଼ା ମୁଖ୍ୟ ଚିକିତ୍ସାଳୟରେ ରକ୍ତ ଅଭାବରୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ

ନୂଆପଡ଼ା : ମୁଖ୍ୟ ଚିକିତ୍ସାଳୟରେ ରକ୍ତ ଅଭାବରୁ ଜଣେ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ। ଆଜି ସକାଳେ ଶିଶୁ ପୁତ୍ରକୁ ଜନ୍ମ ଦେବା ପରେ ଅସୁସ୍ଥ ହୋଇ ପଡିଥିଲେ ମହିଳା। ଆବଶ୍ୟକ ପଡିଥିଲା ଓ-ପଜିଟିଭ୍ ରକ୍ତ। କିନ୍ତୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଓ-ପଜିଟିଭି ରକ୍ତ ମିଳିଲା ନାହିଁ। ମହିଳାଙ୍କ ସ୍ୱାମୀ ମଧ୍ୟ ଠିକ ସମୟରେ ରକ୍ତ ଯୋଗାଡ଼ କରି ପାରିନଥିଲେ। ଫଳରେ ମହିଳାଙ୍କ ମୃତ୍ୟୁ ହୋଇଥିଲା। ନବଜାତ ଶିଶୁର ସ୍ୱାସ୍ଥ୍ୟବସ୍ଥା ଭଲ ଥିବା ଡାକ୍ତରଖାନ ପକ୍ଷରୁ କୁହାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.