ରାଜ୍ୟ

ରାଜଧାନୀରେ ଗର୍ଭବତୀ କୁକୁରକୁ ପିଟିପିଟି ହତ୍ୟା ଘଟଣା, ଅଭିଯୁକ୍ତଙ୍କ ଗିରଫ ଦାବିରେ ଆନିମଲ୍‌ ୱେଲଫେୟାର ଟିମ୍‌ ଅଫ ଏକାମ୍ର ପକ୍ଷରୁ ନିରବ ପ୍ରତିବାଦ

ଭୁବନେଶ୍ବର: ରାଜଧାନୀରେ ଗର୍ଭବତୀ କୁକୁରକୁ ପିଟିପିଟି ହତ୍ୟା ଘଟଣାରେ ଅଭିଯୁକ୍ତଙ୍କ ଗିରଫ ଦାବି କରିଛି ଆନିମଲ୍‌ ୱେଲଫେୟାର ଟିମ୍‌ ଅଫ ଏକାମ୍ର । ଏନେଇ ଆନିମଲ୍‌ ୱେଲଫେୟାର ପକ୍ଷରୁ ନିରବ ପ୍ରତିବାଦ କରାଯାଇଛି । କୁକୁରକୁ ଆକ୍ରମଣ କରାଯାଇଥିବାରୁ ସାମନ୍ତରାୟପୁର ଗେଟ୍‌ ଛକ ନିକଟରେ କ୍ୟାଣ୍ଡେଲ ଜାଳି ପ୍ରତିବାଦ କରାଯାଇଛି । ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗର ଉପଦେଷ୍ଟା ସୁଲତା ଦେଓ, ଅଭିନେତ୍ରୀ ପୁଷ୍ପା ପଣ୍ଡା, ଅନୁଭା ପ୍ରମୁଖ ଯୋଗ ଦେଇଥିଲେ ।

ଏଭଳି ଅମାନବୀୟ କାର୍ଯ୍ୟ କରିଥିବା ବ୍ୟକ୍ତିଙ୍କ ବିରୋଧରେ ତୁରନ୍ତ ପୋଲିସ କାର୍ଯ୍ୟାନୁଷ୍ଠାନ ଦାବି କରିଛି । ଭୁବନେଶ୍ୱରରେ ଗର୍ଭବତୀ କୁକୁରକୁ ପିଟିପିଟି ସାଂଘାତିକ କରିଦେଇଥିଲେ, ଶେଷରେ ATWA ସଂସ୍ଥା କୁକୁରକୁ ବଞ୍ଚାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ଆହତ ହୋଇଥିବା କୁକୁରଟି ଶେଷରେ ଦୁଇଟି ଶିଶୁକୁ ଜନ୍ମ ଦେଇ ମୃତ୍ୟୁବରଣ କରିଥିଲା ।

KNews Bureau

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

23 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

42 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

50 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

2 hours ago