କରୋନାରୁ ସୁସ୍ଥ ହେବା ପରେ ଚାଲିଗଲେ ବରିଷ୍ଠ ଦଇତା ସେବାୟତ ପ୍ରେମାନନ୍ଦ ଦାସମହାପାତ୍ର

କେନ୍ୟୁଜ୍(ବ୍ୟୁରୋ): ପରଲୋକରେ ବରିଷ୍ଠ ଦଇତା ସେବାୟତ ତଥା ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ ପ୍ରେମାନନ୍ଦ ଦାସମହାପାତ୍ର । ୬୫ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ  ପୁରୀ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ତାଙ୍କର ମୃତ୍ୟୁହୋଇଥିବା ସୂଚନା ମିଳିଛି ।

ମିଳିଥିବା ସୂଚନା ମୁତାବକ ଗତକାଲି ରାତିରେ ସେ ହଠାତ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ଶ୍ରୀ ଦାସମହାପାତ୍ର କରୋନା ଆକ୍ରାନ୍ତ ହେବା ପରେ ଚିକିତ୍ସିତ ହୋଇ ଡାକ୍ତରଖାନାରୁ ୩ ଦିନ ତଳେ ଡିସଚାର୍ଜ ହୋଇଥିଲେ। ଏହାପରେ ସେ ଘରେ ସଙ୍ଗରୋଧରେ ଥିଲେ। ତାଙ୍କର ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ। ପ୍ରେମାନନ୍ଦ ପୂର୍ବରୁ ଦଇତାପତି ନିଯୋଗର ସଂପାଦକ ଥିଲେ ୨୦୧୫ ନବକଳେବର ସମୟରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.