ନିର୍ବାଚନ ପରିଚାଳନା ନେଇ ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ

ଯାଜପୁର(ଟାଉନ):ଯାଜପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ ଗୃହରେ ପଂଚାୟତ ନିର୍ବାଚନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଯାଜପୁର ଏସପି ରାହୁଲ ପିଆର, ଅତିରିକ୍ତ ଜିଲ୍ଲାପାଳ ରାଜସ୍ଵ ଅକ୍ଷୟ କୁମାର ମାଲିକ, ଅତିରିକ୍ତ ଜିଲ୍ଲାପାଳ ମିହିର ପ୍ରସାଦ ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ। ଏଥିରେ ଜିଲ୍ଲାର ବୁଥ ପରିସ୍ଥିତି, ସମ୍ବେଦନଶୀଳ ବୁଥ ତାଲିକା ପ୍ରସ୍ତୁତ ସହିତ ନିର୍ବାଚନ ପରିଚାଳନା ପାଇଁ ଆବଶ୍ୟକ ଗାଡି, ଆଇନଶୃଙ୍ଖଳା ରକ୍ଷା କରିବା ପାଇଁ ପୋଲିସ ଫୋର୍ସ ସମ୍ପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା।
ନିର୍ବାଚନକୁ ନିରପେକ୍ଷ, ଅବାଧ ଓ ମୁକ୍ତ କରିବା ସହିତ କୋଭିଡ କଟକଣାକୁ କିଭଳି ପାଳନ କରାଯିବ ସେ ନେଇ ବୈଠକରେ ଆଲୋଚନା କରାଯାଇଥିଲା। ଏହି ବୈଠକରେ ଉପଜିଲ୍ଲାପାଳ ଶରତ ଚନ୍ଦ୍ର ମହାପାତ୍ର, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅଶୋକ କୁମାର ସେଠୀଙ୍କ ସମେତ ଜିଲ୍ଲାର ସମସ୍ତ ବିଡିଓ ଏବଂ ଗ୍ରାମ ପଞ୍ଚାୟତ ଅଧିକାରୀ ମାନେ ଉପସ୍ଥିତ ଥିଲେ ।