ରାଜ୍ୟ

ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ସଂରକ୍ଷଣ ନିହାତି ଆବଶ୍ୟକ: ହାଇକୋର୍ଟରେ ସତ୍ୟପାଠ ଜରିଆରେ ଅବଗତ କଲା ପ୍ରତ୍ନତତ୍ୱ ବିଭାଗ

କଟକ(କେନ୍ୟୁଜ୍):  ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ସହିତ ରତ୍ନଭଣ୍ଡାରର ସବିଶେଷ ତାଲିକା ପ୍ରସ୍ତୁତ କରିବା ପାଇଁ ହାଇକୋର୍ଟରେ ଦାୟର ହୋଇଥିବା ଜନସ୍ୱାର୍ଥ ମାମଲାରେ ପ୍ରତ୍ନତତ୍ୱ ବିଭାଗ ପକ୍ଷରୁ ହାଇକୋର୍ଟରେ ଏକ ସତ୍ୟପାଠ ଦାଖଲ କରାଯାଇ ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ସଂରକ୍ଷଣ ନିହାତି ଆବଶ୍ୟକ ବୋଲି ହାଇକୋର୍ଟଙ୍କୁ ଅବଗତ କରାଯାଇଛି। ରାଜ୍ୟ ବିଜେପିର ପୂର୍ବତନ ସଭାପତି ସମୀର ମହାନ୍ତିଙ୍କ ପକ୍ଷରୁ ଦାୟର ଏହି ମାମଲାଟି ଆଜି ଶୁଣାଣି ପାଇଁ ଧାର୍ଯ୍ୟ ହୋଇଥିଲେ ମଧ୍ୟ ତାହା ହୋଇ ପାରି ନ ଥିଲା। ଅଗଷ୍ଟ ୨୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଧାର୍ଯ୍ୟ କରାଯାଇଛି। ୨୦୧୮ ମସିହାରେ ଶେଷ ଥର ପାଇଁ ରତ୍ନ ଭଣ୍ଡାରର ଅନୁଧ୍ୟାନ ହୋଇଥିଲା ବୋଲି ଏଏସଆଇ ପକ୍ଷରୁ ଆଜି ଦାଖଲ ହୋଇଥିବା ସତ୍ୟପାଠରେ ଉଲ୍ଲେଖ ରହିଛି।

ପୂର୍ବରୁ ରତ୍ନଭଣ୍ଡାରରୁ ପାଣି ଝରିବା ସହିତ ରତ୍ନଭଣ୍ଡାରର ଚଟାଣରେ କିଛି ପଥର ପଡିଥିଲା। କାନ୍ଥ ମଝିରେ ଫାଟ ଥିବାରୁ ରତ୍ନଭଣ୍ଡାର ସଂରକ୍ଷଣର ନିହାତି ଆବଶ୍ୟକତା ରହିଛି ବୋଲି ସତ୍ୟପାଠରେ ଦର୍ଶାଯାଇଛି। ମାମଲା ଏବେ ହାଇକୋର୍ଟରେ ବିଚାରଧୀନ ରହିଛି। ହାଇକୋର୍ଟ ଏହି ମାମଲାରେ କଣ ନିର୍ଦ୍ଦେଶ ଦେଉଛନ୍ତି, ତାକୁ ଅପେକ୍ଷା ରହିଛି। ହାଇକୋର୍ଟ ଯେତେଶୀଘ୍ର ମରାମତି ପାଇଁ ନିର୍ଦ୍ଦେଶ ଦେବେ, ସେତେ ଶୀଘ୍ର ମରାମତି କରାଯିବ ବୋଲି ଏଏସଆଇ ପୁରୀ ମଣ୍ଡଳ ଅଧିକ୍ଷକ ଡ଼କ୍ଟର ଦିବିସାଦ ଗଡ଼ନାୟକ କହିଛନ୍ତି। ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ ମୁତାବକ ଏଏସଆଇ ପକ୍ଷରୁ ଏହି ସତ୍ୟପାଠ ଦାଖଲ କରାଯାଇଛି। ରତ୍ନଭଣ୍ଡାର ଖୋଲି ତାର ବିପଦଶଙ୍କୁଳ ଅଂଶ ମରାମତି ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ପାଇଁ ହାଇକୋର୍ଟରେ ଦାୟର ଆବେଦନରେ ପ୍ରାର୍ଥନା କରାଯାଇଛି। ପୂର୍ବତନ ରାଜ୍ୟପାଳ ଭଗବତ ଦୟାଲ ଶର୍ମାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଢାଞ୍ଚାରେ ରାଜ୍ୟପାଳ କିମ୍ବା ଜଣେ କାର୍ଯ୍ୟରତ ହାଇକୋର୍ଟ ବିଚାରପତିଙ୍କ ଅଧ୍ୟକ୍ଷତାରେ ଏକ ଯୁଗ୍ମ କମିଟି ଗଠନ କରାଯାଇ ରତ୍ନ ଅଳଙ୍କାର ତାଲିକା ପ୍ରସ୍ତୁତ କରିବା ପାଇଁ ପିଟିସନରେ ପ୍ରାର୍ଥନା ହୋଇଛି।

ରତ୍ନଭଣ୍ଡାରର ଚାବି ହଜାଇଥିବା ଦାୟୀ ପୁରୀ ଜିଲ୍ଲାପାଳ କିମ୍ବା ସଂପୃକ୍ତ ଅଧିକାରୀଙ୍କ ବିରୋଧରେ ଫୌଜଦାରୀ ମାମଲା ଦାୟର କରି ସିବିଆଇ ଦ୍ବାରା ତଦନ୍ତ କରିବା ପାଇଁ ମଧ୍ୟ ଆବେଦନ କରାଯାଇଛି। ହାଇକୋର୍ଟର ବୈଷୟିକ କମିଟି ଏବଂ ଏଏସଆଇ ଚିଠି ସତ୍ତ୍ଵେ ରତ୍ନଭଣ୍ଡାର ମରାମତି ନକରି ଏହାକୁ ବିପଦ ସଙ୍କୁଳ ଅବସ୍ଥାରେ ରଖିବା ହେତୁ ଏଥିପାଇଁ ଦାୟୀ ଅଧିକାରୀଙ୍କ ବିରୋଧରେ ସିବିଆଇ ଦ୍ଵାରା ତଦନ୍ତ କରିବା ପାଇଁ ଆବେଦନରେ ପ୍ରାର୍ଥନା କରାଯାଇଛି। ଏହି ମାମଲାରେ ମୁଖ୍ୟ ଶାସନ ସଚିବ, ପୁରୀ ଗଜପତି ମହାରାଜା, ଗୃହ ସଚିବ, ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ, ଆଇନ ସଚିବ, ପୁରୀ ଜିଲ୍ଲାପାଳ, ଏଏସଆଇ, ସିବିଆଇ ନିର୍ଦ୍ଦେଶକଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବି ପିତାମ୍ବର ଆଚାର୍ଯ୍ୟ ଏହି ମକଦ୍ଦମା ପରିଚାଳନା କରୁଛନ୍ତି।

Sasmita

Recent Posts

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

1 hour ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

2 hours ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

2 hours ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

2 hours ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

2 hours ago

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

2 hours ago