ଭୁବନେଶ୍ୱରରେ ପହଁଚିଲେ ରାଷ୍ଟ୍ରପତି, ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚନ କାର୍ଯ୍ୟକ୍ରମରେ ଯୋଗଦେବେ
ଭୁବନେଶ୍ୱର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ଆଜି ଠାରୁ ଆରମ୍ଭ ହୋଇଯାଇଛି । ମହାମହିମ ରାଷ୍ଟ୍ରପତି ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଦିନ ସାଢ଼େ ୪ଟାରେ ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି ।
ବିମାନବନ୍ଦରରେ ପହଞ୍ଚିଲା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଭୁବନେଶ୍ବର ମେୟର ସୁଲୋଚନା ଦାସ ସ୍ବାଗତ କରିଥିଲେ। ଏହି ୫ଦିନିଆ ଗସ୍ତରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ।