ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ, ରଥରେ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ : ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଭୁବନେଶ୍ୱର ବିମାନବନ୍ଦରରୁ ହେଲିକପ୍ଟରରେ ଯାଇ ପୁରୀ ତାଳବଣିଆଠାରେ ହେଲିପ୍ୟାଡରେ ଅବତରଣ କରିବା ପରେ ସେଠାରୁ ସୁରକ୍ଷା ଭିତରେ ଯାଇ ରାଜଭବନରେ ପହଞ୍ଚିଛନ୍ତି । ଏଥିପାଇଁ ସମସ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।  ଅପରାହ୍ଣ ୪ଟା ବେଳେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ବଡ଼ଦାଣ୍ଡକୁ ଯିବାର କାର୍ଯ୍ୟକ୍ରମ ରହିଛି ।  ଏଥିପାଇଁ ସମସ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ତାଙ୍କ ସହ ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ପୁରୀରେ ପହଞ୍ଚିଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ରୁଟକୁ ନୋ ଫ୍ଲାଇଙ୍ଗ ଜୋନ୍‌ କରାଯାଇଛି । ତାଙ୍କ ଗସ୍ତ ବେଳେ ରାସ୍ତାକୁ ସିଲ୍ କରାଯାଇଛି । ରାଷ୍ଟ୍ରପତିଙ୍କ ସ୍ବତନ୍ତ୍ର ସୁରକ୍ଷା ବାହିନୀ ସହ ରାଜ୍ୟ ପୋଲିସର ଟିମ୍ ସୁରକ୍ଷା ଦେଇଛନ୍ତି । ରୁଫ ଟପ୍ ସାର୍ପ ସୁଟର ସ୍ନାଇପର ସଜାଗ ରହିଛନ୍ତି ।

ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୮ ତାରିଖ ସକାଳୁ ପୁରୀ ସମୁଦ୍ର ବେଳାଭୂମିରେ ପ୍ରାତଃଭ୍ରମଣ କରିବେ। ଏହାପରେ ସେ ଭୁବନେଶ୍ୱର ଫେରି ପୂର୍ବାହ୍ନରେ ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା ପରିଦର୍ଶନ କରିବା ସହ ବିକେ କଲେଜ ଅଫ ଆର୍ଟ ଆଣ୍ଡ କ୍ରାଫଟସ୍ ଛାତ୍ରଛାତ୍ରୀମାନଙ୍କ ସହ ବାର୍ତ୍ତାଳାପ କରିବେ । ସେହିଦିନ ଅପରାହ୍ନରେ ଭୁବନେଶ୍ୱରର ମେଣ୍ଢାଶାଳ ହରିଡ଼ାମଡ଼ାସ୍ଥିତ ଡିଭାଇନ୍ ରିଟ୍ରିଟ୍ ସେଂଟରଠାରେ ଏକ କାର୍ୟ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡ଼ିଛି । ୯ତାରିଖ ପୂର୍ବାହ୍ନରେ ଜଟଣୀସ୍ଥିତ ନାଇଜରର ସ୍ନାତକ ସମାରୋହ ଉତ୍ସବରେ ଯୋଗ ଦେଇ ଅପରାହ୍ନରେ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

You might also like