ରାଜ୍ୟ

ଚଳିତ ବର୍ଷରୁ ଓଡ଼ିଆରେ ଇଞ୍ଜିନିୟରିଂ ପଢ଼ିବେ ଛାତ୍ରଛାତ୍ରୀ: ୨୦ଟି ପୁସ୍ତକର ଉନ୍ମୋଚନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର(କେନ୍ୟୁଜ୍): ଓଡ଼ିଆ ଭାଷାରେ ଇଞ୍ଜିନିୟରିଂ ପୁସ୍ତକ ଉନ୍ମୋଚିତ। ଏଆଇସିଟିଇ ଦ୍ୱାରା ପ୍ରକାଶିତ ୨୦ଟି ଇଞ୍ଜିନିୟରିଂ ପୁସ୍ତକର ଉନ୍ମୋଚନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଚଳିତ ବର୍ଷରୁ ଓଡ଼ିଆରେ ଇଞ୍ଜିନିୟରିଂ ପଢ଼ିବେ ଛାତ୍ରଛାତ୍ରୀ । ପିଲାଙ୍କୁ ଉଭୟ ଡିପ୍ଲୋମା ଓ ଡିଗ୍ରୀରେ ଓଡ଼ିଆରେ ଇଞ୍ଜିନିୟରିଂ ପଢାଯିବ । ଶିକ୍ଷାକୁ ପ୍ରତିବନ୍ଧକଶୂନ୍ୟ କରିବା ନେଇ ବାର୍ତ୍ତା ଦେଇଛନ୍ତି ରାଷ୍ଟ୍ରପତି। ଇ-କୁମ୍ଭ ପୋର୍ଟାଲ ଉନ୍ମୋଚନ ଏକ ବଡ଼ ପଦକ୍ଷେପ। ଶିକ୍ଷାକୁ ସାଧ୍ୟମତେ ପ୍ରତିବନ୍ଧକଶୂନ୍ୟ କରିବାକୁ ହେବ। ମାତୃଭାଷାରେ ବୈଷୟିକ ଶିକ୍ଷା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ମୌଳିକ ଅଧିକାରରୁ କେହି ଯେମିତି ବଞ୍ଚିତ ହେବେ ନାହିଁ ବୋଲି କହିଛନ୍ତି ଦ୍ରୌପଦୀ ମୁର୍ମୁ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି, ଏହା ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ। ଇ- ପୋର୍ଟାଲ ଦ୍ୱାରା ଛାତ୍ରଛାତ୍ରୀ ଉପକୃତ ହେବେ। ଓଡ଼ିଶା ସରକାର ମଧ୍ୟ ଓଡ଼ିଆ ଭାଷାର ପ୍ରସାର ପାଇଁ ବହୁ ପଦକ୍ଷେପ ନେଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ସମାରୋହରେ ଯୋଗ ଦେଇଥିଲେ।

ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦ୍‌ବୋଧନ ଦେଇ କହିଛନ୍ତି, ଶିକ୍ଷାକୁ ମାତୃଭାଷାରେ ପଢ଼ାଇବାକୁ ପଡ଼ିବ। ମାତୃଭାଷାରେ ପାଠପଢ଼ାକୁ ସରକାର ଗୁରୁତ୍ୱ ଦେଇଛନ୍ତି ସରକାର। AICTEର ସହଯୋଗରେ ଓଡ଼ିଆ ଅଧ୍ୟୟନ ଓ ଗବେଷଣା ସଂସ୍ଥା ଏହି ବହି ପ୍ରସ୍ତୁତ କରିଛି । ପାଠ୍ୟ ପୁସ୍ତକ ଗୁଡ଼ିକର ଅନୁବାଦ ସମ୍ପୂର୍ଣ୍ଣ ଓଡ଼ିଆରେ କରାଯାଇଥିବା ବେଳେ ସମ୍ପୃକ୍ତ ପାଠ୍ୟପୁସ୍ତକକୁ ଜୟଦେବ ଭବନରେ ଲୋକାର୍ପଣ କରିଛନ୍ତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକଙ୍କ ପାଇଁ ଦିନଟି ଅତ୍ୟନ୍ତ ଖୁସିରେ କଟିବ, ସାଙ୍ଗଙ୍କ ସହ ଭେଟ ହୋଇପରେ

ମେଷ : ଆପଣ ଆଜି କିଛି ଭଲ ଖବର ପାଇପାରନ୍ତି । ସାଙ୍ଗଙ୍କ ସହ ବହୁତ ଖୁସି ରହିବେ ।…

4 hours ago

ପରିବାର ଉପରେ ସଂଘବଦ୍ଧ ଆକ୍ରମଣ ଅଭିଯୋଗ, ୩ ଗୁରୁତର

 ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଭୁଇଁପୁର ଛକରେ ଜଣେ ଠିକାଦାରଙ୍କ ଭାଇ ସମେତ ତାଙ୍କର ପରିବାର…

5 hours ago

କାମଚଳା ବାଚସ୍ପତି ହେଲେ ବିଜେଡିର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ

ଭୁବନେଶ୍ୱର : କାମଚଳା ବାଚସ୍ପତି ହେଲେ ବିଜେଡି ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜଭବନରେ ଶପଥ ପାଠ…

6 hours ago

ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ସରକାରୀ କାର୍ଯ୍ୟକ୍ରମ, ରାଜ୍ୟ ସଂଗ୍ରହାଳୟରେ ଆୟୋଜିତ ରଜ ମହୋତ୍ସବରେ ସାମିଲ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ହେବା ପରେ ମୋହନ ମାଝୀଙ୍କ ପ୍ରଥମ ସରକାରୀ କାର୍ଯ୍ୟକ୍ରମ । ରାଜ୍ୟ ସଂଗ୍ରହାଳୟରେ ଆୟୋଜିତ ରଜ…

8 hours ago

ପୂର୍ବ ଶତ୍ରୁତାରୁ ଆକ୍ରମଣ ଘଟଣା, ଥାନା ଅଧିକାରୀଙ୍କ ବିରୋଧରେ ଏସ୍‌ପିଙ୍କ ନିକଟରେ ଫେରାଦ ହେଲା ନାବାଳକ ପୁଅ

ନୟାଗଡ଼ (କେନ୍ୟୁଜ୍‌) : ଜମି ବାଡ଼ି ବିବାଦ କୁ ନେଇ ମାଡ଼ପିଟ l ଗୋଟିଏ ପରିବାରର ୪ ଜଣ ଗୁରୁତର…

8 hours ago

ଜବତ ବୋମାକୁ ନିଷ୍କ୍ରିୟ କରିବାକୁ କିଏ ନିର୍ଦ୍ଦେଶ ଦେଇଥିଲେ ?

କଟକ: ଜବତ ବୋମା ନିଷ୍କ୍ରିୟ କଲା ବେଳେ ଫୁଟିଲା ବୋମା । ବୋମା ଫୁଟିବା ଶଦ୍ଦ ଏତେ ଜୋରରେ ଥିଲା…

9 hours ago