ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧ ବାର୍ଷିକୀରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର : ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଚାରିଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି ମହାମହିମ । ବାୟୁସେନାରେ ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ଜୟଦେବ ଭବନ ଗସ୍ତ କରିଥିଲେ । ସେଠାରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧ ବାର୍ଷିକୀରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ।

କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ । ଓଡ଼ିଶାର ବିକାଶ ଓ ସମାଜସେବାରେ ଉତ୍କଳମଣିଙ୍କ ଯୋଗଦାନକୁ ଭୂୟସୀ ପ୍ରଶଂସା କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଜୟଦେବ ଭବନ କାର୍ଯ୍ୟକ୍ରମ ଶେଷ ହେବା ପରେ ରାଜଭବନ ଯାଇ ରାତ୍ରିଯାପନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତାକାଲି ପୁରୀ ରଥଯାତ୍ରାରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ମହାମହିମ । ୮ତାରିଖରେ ଭୁବନେଶ୍ବର ଫେରି ଖଣ୍ଡଗିରି ଓ ଧଉଳିଗିରି ପରିଦର୍ଶନ ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ।