ରାଜ୍ୟ

ବିଜ୍ଞାନ ଭବନରେ ୪୫ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ପୁରସ୍କୃତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଓଡ଼ିଶାର ଈଶ୍ୱରଚନ୍ଦ୍ର ନାୟକଙ୍କୁ କଲେ ସମ୍ମାନିତ

ଭୁବନେଶ୍ବର(କେନ୍ୟୁଜ୍):ଗୁରୁ ଦିବସରେ ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାର ପ୍ରଦାନ । ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନରେ ୪୫ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀକୁ ପୁରସ୍କୃତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ । ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଦେଶର ୪୫ ଜଣ ଶିକ୍ଷକଙ୍କୁ ଚଳିତବର୍ଷ ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାର ପ୍ରଦାନ କରାଯାଇଛି ।

ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଈଶ୍ୱରଚନ୍ଦ୍ର ନାୟକ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି । ପୁରୀ ଜିଲ୍ଲା କନପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସେ ଶିକ୍ଷକତା କରୁଛନ୍ତି । ନିମାପଡ଼ା ବ୍ଳକର ବାଙ୍ଗରୁସ ପଟଣାରେ ତାଙ୍କ ଘର । ପ୍ରଥମ ଇଞ୍ଜିନିୟର ଭାବେ ଚାକିରି କରୁଥିଲେ । ପରେ ଶିକ୍ଷକତା ପାଇଁ ମନ ବଳାଇଥିଲେ ଈଶ୍ୱରଚନ୍ଦ୍ର ନାୟକ । ୨୦୦୧ରେ ଗଣଶିକ୍ଷା ବିଭାଗ ପକ୍ଷରୁ ତାଙ୍କୁ ଶିକ୍ଷା ସହାୟକ ଭାବରେ ନିଯୁକ୍ତି ମିଳିଥିଲା ।

ସେବେଠାରୁ କନପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଭାବେ କାର୍ଯ୍ୟ କରି ଆସୁଛନ୍ତି । ପୂର୍ବରୁ ମଧ୍ୟ ଶିକ୍ଷକତା ଲାଗି ଅନେକ ପୁରସ୍କାର ପାଇଛନ୍ତି ଇଶ୍ୱର । ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୬ରେ ତାଙ୍କୁ ଆଦର୍ଶ ଶିକ୍ଷକ ଭାବେ ସମ୍ମାନିତ କରାଯାଇଥିଲା । ଶିକ୍ଷକତା ଭିତରୁ ସମୟ ବାହାର କରି ଗଳ୍ପ ଉପନ୍ୟାସ, କବିତା ଆଦି ଲେଖି ସେ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି । ୨୦୧୬ରୁ ଗାଁରେ ଛାତ୍ରଛାତ୍ରୀଙ୍କ କମ୍ପ୍ୟୁଟର ଶିକ୍ଷା ପାଇଁ ଏକ ନଲେଜ ସେଣ୍ଟର ଖୋଲି ବିନା ମୂଲ୍ୟରେ କମ୍ପ୍ୟୁଟର ଶିକ୍ଷା ମଧ୍ୟ ଦେଉଛନ୍ତି ।

KNews Bureau

Recent Posts

କେତେ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରିବା ଉଚିତ Windows ଏବଂ Split AC ? ଜାଣନ୍ତୁ ଏହାର ୱାରେଣ୍ଟି ଡେଟ୍‌

Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…

17 mins ago

ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ, ଆଜି ଓ ଆସନ୍ତାକାଲି ଶପଥ ନେବେ

ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…

18 mins ago

ବିହାର: ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ିଲା ନବନିର୍ମିତ ବ୍ରିଜ୍‌, ୧୨ କୋଟି ଟଙ୍କା ବ୍ୟୟରେ ହୋଇଥିଲା ତିଆରି

ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍‌ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍‌ ମଙ୍ଗଳବାର ଭୁଶୁଡ଼ି…

22 mins ago

ନଦୀରେ ଗାଧୋଇବା ସମୟରେ ବୁଡି ତିନି ନାବାଳକ ମୃତ, ନାବାଳକ ସମସ୍ତେ ଗୋଟିଏ ପରିବାରର

କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…

28 mins ago

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ, ଉତ୍ସବମୁଖର ଶ୍ରୀକ୍ଷେତ୍ର

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…

31 mins ago

ସାଇକେଲ ବ୍ୟବହାର କରିବା ପାଇଁ ସମସ୍ତଙ୍କୁ ଅପିଲ୍‌ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…

42 mins ago