ନଭେମ୍ବର ୧୦ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର(କେନ୍ୟୁଜ୍): ନଭେମ୍ବର ୧୦ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତା ୧୦ ତାରିଖରେ ଭୁବନେଶ୍ୱରରେ ପହଞ୍ଚିବେ। ଗସ୍ତ କାଳରେ ରାଜଭବନରେ ରହିବା ସହ ପୁରୀ ଯାଇ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବେ। ୧୧ ତାରିଖରେ ଦିଲ୍ଲୀ ଫେରିଯିବେ। ରାଷ୍ଟ୍ରପତିଙ୍କ ଗସ୍ତ ସମ୍ପର୍କରେ ରାଷ୍ଟ୍ରପତି ଭବନ ସଚିବାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଜୁଲାଇ ୨୫ ତାରିଖରେ ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ ଦ୍ରୌପଦୀ ମୁର୍ମୁ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.