ରାଜ୍ୟ

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଜନ୍ମମାଟିରେ ରହିବେ ୨ ଦିନ

ଭୁବନେଶ୍ୱର (କେନ୍ୟୁଜ): ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ମହାମହିମଙ୍କୁ ଭବ୍ୟ ସ୍ବାଗତ ପାଇଁ ମୟୂରଭଞ୍ଜ ପ୍ରସ୍ତୁତ ହୋଇ ରହିଛି । ଜନ୍ମମାଟିରେ ଦୁଇ ଦିନ ରହିବେ ରାଷ୍ଟ୍ରପତି। ବାୟୁସେନାର ସ୍ଵତନ୍ତ୍ର ହେଲିକପ୍ଟର ଯୋଗେ ଆଜି ବାରିପଦାରେ ପହଞ୍ଚିବେ । ଅଖିଳ ଭାରତ ସାନ୍ତାଳୀ ଲେଖକ ସଂଘର ବାର୍ଷିକ ସମ୍ମିଳନୀରେ ଯୋଗଦେବେ।

ପରେ କୁଳିଅଣାଠାରେ ଏକଲବ୍ୟ ବିଦ୍ୟାଳୟର ଶୁଭାରମ୍ଭ କରିବେ। ଅପରାହ୍ନରେ ରାଇରାଙ୍ଗପୁର ଗସ୍ତ କରି ସେଠାରେ କିଛି ଲୋକଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି। ନିଜ ବାସଭବନରେ ରାତ୍ରିଯାପନ କରିବେ ମହାମହିମ। ୨୧ ତାରିଖରେ ପାହାଡପୁରରେ ଏସ୍ଏଲ୍ଏସ୍ ବିଦ୍ୟାଳୟରେ ଏକ ଦକ୍ଷତା ବିକାଶ କେନ୍ଦ୍ରର ଶୁଭାରମ୍ଭ କରିବେ । ଏହାପରେ ଯିବେ ବାଦାମପାହାଡ।

ରାଷ୍ଟ୍ରପତି ବାଦାମପାହାଡ ରେଳ ଷ୍ଟେସନରୁ ୩ଟି ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କରିବେ। ଟ୍ରେନ ଯୋଗେ ଲୋକଙ୍କ ସହ ଆସିବେ ରାଇରଙ୍ଗପୁର । ୩୨ କିଲୋମିଟର ଟ୍ରେନରେ ଯାତ୍ରା କରିବା ମହାମହିମ ।

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା କଡ଼ାକଡ଼ି କରାଯାଇଛି । ମୁତୟନ ହେବେ ୩୩ ପ୍ଲାଟୁନରୁ ଅଧିକ ପୋଲିସ ଫୋର୍ସ । ଯେଭଳି କୌଣସି ବିଭ୍ରାଟ ନହୁଏ ସେଭଳି ପ୍ରସ୍ତୁତି ଓ ବ୍ୟବସ୍ଥା କରିଛି ଜିଲ୍ଲା ଓ ପୋଲିସ ପ୍ରଶାସନ । ରାଷ୍ଟ୍ରପତି ହେବା ପରେ ଏହା ଦ୍ରୌପଦୀ ମୁର୍ମୁଙ୍କ ଦ୍ବିତୀୟ ଗସ୍ତ । ମୟୂରଭଞ୍ଜ ଗସ୍ତ ସାରି ସମ୍ବଲପୁର ଅଭିମୁଖେ ଯିବେ ମହାମହିମ ।

Sonalisa

Recent Posts

ଡାକ୍ତରଖାନାରେ ଶିଶୁକୁ ଚୋରି କରି ନେବା ବେଳେ ଧରିଲେ ଡାକ୍ତରଖାନାର ସୁରକ୍ଷାକର୍ମୀ

ସୁବର୍ଣ୍ଣପୁର(କେନ୍ୟୁଜ୍‌) : ପୁଣି ସାମ୍ନାକୁ ଆସିଲା ପିଲାଚୋରି ଅଭିଯୋଗ । ପୂର୍ବରୁ ଏପରି ଘଟଣା ଅନେକ ଥର ଆମ ସାମ୍ନାକୁ…

36 mins ago

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

2 hours ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

2 hours ago

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର(କେନ୍ୟୁଜ୍‌): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…

2 hours ago

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

2 hours ago

ଆଜି ସାରା ବିଶ୍ୱ ପାଳିଲା ‘ଆର୍ଟ ଅଫ୍ ଗିଭିଂ’ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…

2 hours ago