ରାଜ୍ୟ

୧୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ମହାପ୍ରଭୁ ଲିଙ୍ଗରାଜଙ୍କୁ କରିବେ ଜଳାଭିଷେକ

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତା ୧୦ ତାରିଖରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୧୧ ତାରିଖ ସକାଳେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବେ । ସେହି ଦିନ ସାହାଣମେଲା ସମୟ ସକାଳ ସାଢେ ୬ଟାରୁ ସାଢେ ୯ଟା ମଧ୍ୟରେ ମନ୍ଦିର ପହଂଚିବାର କାର୍ଯ୍ୟକ୍ରମ ରହିଛି। ତେଣୁ ଆବଶ୍ୟକ ପଡିଲେ ସାହାଣମେଲା ସମୟ ଆହୁରି ଏକ ଘଣ୍ଟା ବଢାଇ ଦିଆଯିବ। ରାଷ୍ଟ୍ରପତିଙ୍କ ଗସ୍ତ ନେଇ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ମନ୍ଦିର କାର୍ଯ୍ୟାଳୟ ପରିସରରେ ଆଲୋଚନା ହୋଇଥିଲା।

ରାଷ୍ଟ୍ରପତିଙ୍କ କାରକେଡ ସିଂହଦ୍ୱାର ନିକଟରେ ପହଂଚିବା ପରେ ତାଙ୍କୁ ସମ୍ବର୍ଦ୍ଧିତ କରିବେ ଜିଲ୍ଲାପାଳ । ପ୍ରଥମେ ସେ ସିଦ୍ଧ ବିନାୟକଙ୍କ ଦର୍ଶନ ସାରି ଗର୍ଭଗୃହରେ ମହାପ୍ରଭୁଙ୍କ ଠାରେ ଜଳାଭିଷେକ କରିବେ। ଜଳଲାଗି ପରେ ବଡ ଗଣେଶ, ପାର୍ବତୀ, ଭୁବନେଶ୍ୱରୀ ଓ ବୃଷଭଙ୍କ ଦର୍ଶନ କରିବେ। ମହାସୁଆର ସେବାୟତଙ୍କ ଦ୍ୱାରା ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ କୋଠଭୋଗ ପ୍ରଦାନ କରାଯିବ। ଏହାସହ ଲିଙ୍ଗରାଜ ମନ୍ଦିରରେ ସ୍ୱତନ୍ତ୍ର ଆଇନ ଲାଗୁ ପାଇଁ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ଦିଆଯାଇପାରେ।

Barsha

Recent Posts

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

3 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

3 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

7 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

9 hours ago

କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର

ଭୁବନେଶ୍ୱର : କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି।…

10 hours ago