୪ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଦେଖିବେ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା
ଭୁବନେଶ୍ୱର: ୪ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ମୁର୍ମୁ ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଓ ପୁରୀର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ୬ ତାରିଖ ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ ମହାମହିମ । ସେଦିନ ସନ୍ଧ୍ୟାରେ ଜୟଦେବ ଭବନରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ୭ ତାରିଖରେ ରେ ପୁରୀ ଯିବାର କାର୍ଯ୍ୟକ୍ରମ ରହିଛି। ରଥଯାତ୍ରାରେ ଯୋଗଦେବା ସହ ପୁରୀ ରାଜଭବନରେ ରାତ୍ରିଯାପନ କରିବେ ରାଷ୍ଟ୍ରପତି।
୮ ରେ ଖଣ୍ଡଗିରି, ଉଦୟଗିରି ବୁଲିବା ସହ ଅନ୍ଧାରୁଆରେ ବ୍ରହ୍ମାକୁମାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ତେଣେ । ୯ ତାରିଖରେ ଜଟଣୀ ନାଇଜରରେ ଏକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗଦେବେ। ବ୍ଲୁ ବୁକ ଅନୁସାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଉଥିବା ନେଇ ପୋଲିସ କମିଶନର ସୂଚନା ଦେଇଛନ୍ତି। ରୁଟ ଲାଇନ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଥିବା କହିଛନ୍ତି।