Below header

ଓଡ଼ିଶାରେ ରାଷ୍ଟ୍ରପତି: ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ସହ ସ୍ୱାଗତ କଲେ କିଛି ବରିଷ୍ଠ ଅଧିକାରୀ

ଭୁବନେଶ୍ୱର(କେନ୍ୟୁଜ୍): ଓଡ଼ିଶାରେ ରାଷ୍ଟ୍ରପତି । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ୱର ଏୟାରପୋର୍ଟରେ ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବରିଷ୍ଠ ଅଧିକାରୀ ସ୍ୱାଗତ କରିଥିଲେ । ତାପରେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପୁରୀ ଯାଇଛନ୍ତି ରାଷ୍ଟ୍ରପତି ।

ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମହାପ୍ରଭୁଙ୍କୁ ଦର୍ଶନ ବେଳେ ସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିରକୁ ପାଛୋଟି ନେବେ କୌଳିକ ପଣ୍ଡା । ଶ୍ରୀମନ୍ଦିରରେ ପ୍ରାୟ ୪୫ ମିନିଟ୍‌ ବିତାଇବା ସହ ରାଷ୍ଟ୍ରପତି ପୂଜାର୍ଚ୍ଚନା କରିବାର କାର୍ଯ୍ୟକ୍ରମ ରହିଛି । ଶ୍ରୀମନ୍ଦିର ଦର୍ଶନ ପରେ ରାଷ୍ଟ୍ରପତି ରାଜଭବନକୁ ପ୍ରତ୍ୟାବର୍ତ୍ତନ କରିବେ । ରାଜଭବନରେ ରାଷ୍ଟ୍ରପତି ମହାପ୍ରସାଦ ସେବନ କରିବାର କାର୍ଯ୍ୟକ୍ରମ ରହିଛି ।

ପୁରୀରେ ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ନିୟୋଜିତ ହେବେ ୨୪ ପ୍ଲାଟୁନ୍‌ ପୋଲିସ ଫୋର୍ସ । ରାଷ୍ଟ୍ରପତି ହେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ । ଏଥିପାଇଁ ଭୁବନେଶ୍ୱର ଓ ପୁରୀରେ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଦୁଇଟି ସହରରେ ମୁତୟନ ହେବେ ୭୫ ପ୍ଲାଟୁନ୍‌ରୁ ଅଧିକ ଫୋର୍ସ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.