Below header

ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ପାଇଁ ଓଡ଼ିଶା ଆସୁଛନ୍ତି ଦ୍ରୌପଦୀ ମୁର୍ମୁ, ୧୦ ତାରିଖରେ ଭୁବନେଶ୍ବରରେ ପହଞ୍ଚିବେ

କେନ୍ୟୁଜ୍(ବ୍ୟୁରୋ): ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୧୦ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରରେ ଆସି ପହଞ୍ଚିବେ । ରାଷ୍ଟ୍ରପତି ହେବା ପରେ ଏହା ତାଙ୍କର ପ୍ରଥମ ଓଡିଶା ଗସ୍ତ ହେବ । ଓଡିଶା ଗସ୍ତ ବେଳେ ସେ ରାଜଭବନରେ ଅବସ୍ଥାନ କରିବେ । ପରେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।

୧୧ ତାରିଖରେ ଦିଲ୍ଲୀ ଫେରିଯିବେ । ଗସ୍ତ ସମ୍ପର୍କରେ ରାଷ୍ଟ୍ରପତି ଭବନ ସଚିବାଳୟ ପକ୍ଷରୁ ଓଡ଼ିଶା ରାଜ୍ୟପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଜୁଲାଇ ୨୫ ତାରିଖରେ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । ଏଥିସହ ତାଙ୍କ କାର୍ଯ୍ୟକାଳ ୧୦୦ ଦିନ ପୂରଣ ହୋଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.