Below header

୩ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି, ଟ୍ୱିନ ସିଟିର ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ

୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ କଟକ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ୨୭ ତାରିଖରେ ଭୁବନେଶ୍ୱର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ୍‌ ହାଉସ କମ୍ପ୍ଲେକ୍ସର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବେ ।

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତାକାଲିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ କଟକ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ୨୭ ତାରିଖରେ ଭୁବନେଶ୍ୱର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ୍‌ ହାଉସ କମ୍ପ୍ଲେକ୍ସର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବେ । ସକାଳ ୧୦ଟା ୪୫ ମିନିଟରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହେବ ।

ବ୍ରହ୍ମକୁମାରୀଙ୍କ କାର୍ଯର୍୍ୟକ୍ରମ ପରେ ମହାମହିମଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଆୟୋଜନ ହୋଇଛି। ୨୬ ତାରିଖରେ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ପ୍ରଥମେ କଟକ ଚଣ୍ଡୀ ମନ୍ଦିରରେ ଦର୍ଶନ କରିବାର କର୍ଯ୍ୟକ୍ରମ ରହିଛି । ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ଦଶମ ସମାବର୍ତ୍ତନ ସମାରୋହରେ ମଧ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି । ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ହାଇକୋର୍ଟ ମୁଖ୍ୟବିଚାରପତି ଜଷ୍ଟିସ ଏସ ମୁରଲୀଧରଙ୍କ ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.