Categories: ରାଜ୍ୟ

ଓଡ଼ିଶାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଆଜି ଦୁଇଟି କାର୍ଯ୍ୟକ୍ରମରେ ଦେବେ ଯୋଗ

ଭୁବନେଶ୍ବର(କେନ୍ୟୁଜ୍):  ଓଡ଼ିଶାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଗତ କାଲି ବାୟୁସେନାର ସ୍ୱତନ୍ତ୍ର ବିମାନରେ ରାତି ୭ଟା ୧୫ରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଥିଲେ ରାଷ୍ଟ୍ରପତି । ବିମାନବନ୍ଦରରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ପ୍ରମୁଖ ସ୍ୱାଗତ ଜଣାଇଥିଲେ । ସେଠାରୁ ସେ ରାଜଭବନ ଯାଇଥିଲେ । ରାଜଭବନରେ ରାତ୍ରିଯାପନ କରିଥିଲେ ରାଷ୍ଟ୍ରପତି । ଆଜି ସକାଳେ ସେ ଭୁବନେଶ୍ୱର ବିମାନବନ୍ଦରରୁ ଖୋର୍ଦ୍ଧା ଅଭିମୁଖେ ଯିବେ । ସକାଳ ୧୦ଟା ୧୦ରେ ଗୋଶାଳା ହେଲିପ୍ୟାଡରେ ପହଞ୍ଚିବା ପରେ ସେଠାରୁ ବରୁଣେଇ ପାହାଡ଼ ଗସ୍ତ କରିବେ । ସକାଳ ସାଢେ ୧୦ଟାରେ ବରୁଣେଇରେ ପାଇକ ବିଦ୍ରୋହ ସ୍ମାରକୀର ଭୂମିପୂଜନ କାର୍ଯ୍ୟକ୍ରମରେ ଯୋଗ ଦେବେ । ପରେ ୧୨ଟା ୧୫ରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ । ସେହିପରି ମଧ୍ୟାହ୍ନ ୧୨ଟା ୩୫ରେ ଉତ୍କଳ ବିଶ୍ୱବିଦ୍ୟାଳୟ, ବାଣୀବିହାର ପ୍ଲାଟିନମ ଜୁବଲି ଉଦଯାପନୀ ସମାରୋହରେ ଯୋଗଦେବେ । ସେଠାରୁ ଅପରାହ୍‌ଣ ଗୋଟାଏ ୫୦ ମିନିଟରେ ରାଜଭବନ ପ୍ରତ୍ୟାବର୍ତ୍ତନ କରିବେ । ରାଜଭବନରେ ମଧ୍ୟାହ୍ନ ଭୋଜନ ପରେ ସନ୍ଧ୍ୟା ୫ଟାରେ ସେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।

Sasmita

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

5 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago