Below header

ଆସନ୍ତା ୨୮ରେ ଗୋପାଳପୁର ଆର୍ମି ଏଡି କଲେଜ ଆସିବେ ରାଷ୍ଟ୍ରପତି, ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ (କେନ୍ୟୁଜ୍): ଚଳିତ ମାସ ୨୮ ତାରିଖରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସିବେ ଗଞ୍ଜାମ ଜିଲ୍ଲା ଗୋପାଳପୁର ସ୍ଥିତ ଆର୍ମି ଏୟାର ଡିଫେନସ କଲେଜକୁ । ଏଠାରେ ଆୟୋଜିତ ହେବାକୁ ଥିବା କଲର ପ୍ରେଜେନଣ୍ଟେସନ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏଥିପାଇଁ ଜିଲ୍ଲା ପ୍ରଶାସନ ଓ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି ।

Ramnath Kovind

ଏନେଇ ଆଜି ଗଞ୍ଜାମ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଛତ୍ରପୁରଠାରେ ଅନୁଷ୍ଠିତ ହୋଇଛି । ଏଥିରେ ବ୍ରହ୍ମପୁର ଏସପି ପିନାକ ମିଶ୍ରଙ୍କ ସମେତ ଆର୍ମି ଏଡି କଲେଜର କମାଣ୍ଡାଣ୍ଟ ଓ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଯୋଗ ଦେଇଥିଲେ ।
ରାଷ୍ଟ୍ରପତିଙ୍କ ଗସ୍ତ କିଭଳି ଶାନ୍ତି ଶୃଙ୍ଖଳା ସହ ସମ୍ପନ୍ନ ହେବ ସେନେଇ ବିସ୍ତୃତ ଭାବେ ଆଲୋଚନା ହେବା ସହ ସୁରକ୍ଷା ଦୃଷ୍ଟିକୋଣରୁ ପୋଲିସ ପକ୍ଷରୁ ମଧ୍ୟ ବ୍ୟାପକ ବ୍ୟବସ୍ଥା କରାଯିବାକୁ ସ୍ଥିର ହୋଇଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ସକାଳ ୮ଟାରୁ ୧୧ଟା ପର୍ଯ୍ୟନ୍ତ ଏଠାରେ ରହିବାର କାର୍ଯ୍ୟକ୍ରମ ରହିଛି ।

ଆସନ୍ତା ୨୭ ଓ ୨୮ ତାରିଖ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.