ଅପରାହ୍ନରେ କଟକ ଆସିବେ ରାଷ୍ଟ୍ରପତି, ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀରେ ହେବେ ସାମିଲ

ବ୍ରହ୍ମପୁର କାର୍ଯ୍ୟକ୍ରମ ପରେ ଅପରାହ୍ନରେ କଟକ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ ପାଳନ ଅବସରରେ ଅନୁଷ୍ଠିତ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗଦେବେ ମହାମହିମ । ଜବାହାରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଆୟୋଜିତ ହେବ ଏହି କାର୍ଯ୍ୟକ୍ରମ ।

କଟକ (କେନ୍ୟୁଜ): ବ୍ରହ୍ମପୁର କାର୍ଯ୍ୟକ୍ରମ ପରେ ଅପରାହ୍ନରେ କଟକ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ ପାଳନ ଅବସରରେ ଅନୁଷ୍ଠିତ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗଦେବେ ମହାମହିମ । ଜବାହାରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଆୟୋଜିତ ହେବ ଏହି କାର୍ଯ୍ୟକ୍ରମ ।

ଅପରାହ୍ନ ୩ ଟାରେ ମହାମହିମ ଭୁବନେଶ୍ଵର ରାଜଭବନରୁ ସଡକ ପଥରେ କଟକ ଯିବେ । ଏଥିପାଇଁ ସମସ୍ତ ପ୍ରକାରର ପ୍ରସ୍ତୁତି ଶେଷ ହୋଇଛି । କାର୍ଯ୍ୟକ୍ରମ ପୂର୍ବରୁ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ସୁରକ୍ଷା ଦୃଷ୍ଟିକୋଣରୁ ମୋଟ ୨୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ। ଶହେ ଜଣ ପୋଲିସ ଅଧିକାରୀ ଦାୟିତ୍ୱରେ ରହିବେ। ଚାରିଜଣ ଅତିରିକ୍ତ ଡିସିପି ରହିବେ। ଦୁଇ ଜଣ କମାଣ୍ଡାଣ୍ଟ ରାଙ୍କର ଅଫିସର ରହିବେ। ରୁଟ ଲାଇନଠାରୁ ଆରମ୍ଭ କରି ଜବାହାରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମ ପର୍ଯ୍ୟନ୍ତ ପୋଲିସ ମୁତୟନ ରହିବେ।

You might also like