ଶ୍ରୀମନ୍ଦିରରେ ରାଷ୍ଟ୍ରପତିଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ ଘଟଣାରେ ପଡିଛି ପୂର୍ଣ୍ଣଚ୍ଛେଦ

puriପୁରୀ: ଶ୍ରୀମନ୍ଦିରରେ ରାଷ୍ଟ୍ରପତିଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ ଘଟଣାର ପଡ଼ିଲା ପୂର୍ଣ୍ଣଚ୍ଛେଦ। ଘଟଣା ନେଇ ସ୍ପଷ୍ଟ କରିଛନ୍ତି ରାଷ୍ଟ୍ରପତିଙ୍କ ପ୍ରେସ୍ ସଚିବ ଅଶୋକ ମଲ୍ଲିକ। କହିଛନ୍ତି ଶ୍ରୀମନ୍ଦିରରେ ରାଷ୍ଟ୍ରପତିଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର ନେଇ ରାଷ୍ଟ୍ରପତି ଭବନରୁ ଶ୍ରୀମନ୍ଦିର ପ୍ରଶାସନକୁ କୌଣସି ଚିଠି ଯାଇନି। ଦୁର୍ବ୍ୟବହାର ହୋଇନଥିବା ନେଇ ପୂର୍ବରୁ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର ସ୍ୱଷ୍ଟ କରିଥିଲେ। ଏହି ଘଟଣାକୁ ନେଇ ଏବେ ରାଜନୀତି ଜୋର ଧରିଥିଲା। ଗତ ମାର୍ଚ୍ଚ ୧୮ ତାରିଖରେ ରାଷ୍ଟ୍ରପତି ଓ ତାଙ୍କ ପତ୍ନୀ ପୁରୀ ଗସ୍ତରେ ଆସିଥିବା ବେଳେ ଦୁର୍ବ୍ୟବହାର ହୋଇଥିବା ଅଭିଯୋଗ ଆସିଥିଲା। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ତାଙ୍କ ପତ୍ନୀ ସବିତା କୋବିନ୍ଦଙ୍କ ଦେହରେ ଦୁଇ ଜଣ ସେବାୟତ ଧକ୍କା ହୋଇଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ରାଷ୍ଟ୍ରପତି ଭବନରୁ ଚିଠି ଆସିଥିବା ନେଇ କୁହାଯିବା ସହ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଆଲୋଚନା ହୋଇଥିଲା।

You might also like