ରାଜ୍ୟ

ଆଜି ଭୁବନେଶ୍ବରରେ ପହଞ୍ଚିବେ ମୋଦି, ରାଜଭବନରେ କରିବେ ରାତ୍ରିଯାପନ

ଭୁବନେଶ୍ବର (କେନ୍ୟୁଜ): ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦିଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ । ଆଜି ସଂଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ରାଜଭବନରେ ରାତ୍ରିଯାପନ କରିବେ । ଆସନ୍ତାକାଲି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ପୁରୀରେ ରୋଡ ସୋ କରିବେ । ୧ ଘଣ୍ଟାର ରୋଡ ସୋ କାର୍ଯ୍ୟକ୍ରମ ରହିଛି । ସେଥିପାଇଁ ପୁରୀରେ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ ହୋଇଛି । ସେହିପରି କଟକ ବାଲିଯାତ୍ରା ପଡ଼ିଆରେ ସାଧାରଣ ସଭାକୁ ସମ୍ବୋଧନ କରିବେ ମୋଦି ।

ମୋଦିଙ୍କ ସୁରକ୍ଷା ପ୍ରସଙ୍ଗରେ ସୂଚନା ଦେଇଛନ୍ତି ପୋଲିସ କମିଶନର ସଞ୍ଜୀବ ପଣ୍ଡା ।  ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ଲୁ ବୁକ୍ ଅନୁଯାୟୀ ହେବ । ହେଲିପ୍ୟାଡ ଓ ସଭାସ୍ଥଳରେ ଚାଲିଛି କଡ଼ାକଡ଼ି ଯାଞ୍ଚ । ଯାନବାହନ ଯାତାୟାତ ପାଇଁ ଟ୍ରାଫିକ୍ ଆଡଭାଇଜରି ଜାରି ହୋଇଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସୁରକ୍ଷାରେ ୩୦ ପ୍ଲାଟୁନ୍ ପୋଲିସ ମୁତୟନ ହେବେ।  କଟକ ଡିସିପିଙ୍କ ନେତୃତ୍ବରେ ୩ ଡିସିପି, ୬ ଏଡିସିପି, ୪୦ ଇନ୍ସପେକ୍ଟର ମୁତୟନ ରହିବେ ।  କଟକ ବାଲିଯାତ୍ରା ପଡ଼ିଆ ନୋ ଫ୍ଲାଇଂ ଜୋନ୍ ଓ ନୋ ଡ୍ରୋନ ଜୋନ୍ ହେବ ।

Barsha

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

36 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

2 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

2 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

2 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

3 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

4 hours ago