ଚଣ୍ଡିଖୋଲରେ ପ୍ରଧାନମନ୍ତ୍ରୀ, ମୋଦିଙ୍କୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଖୋଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ତେଲେଙ୍ଗାନରୁ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରରେ ପହଞ୍ଚି ସିଧା ଚଣ୍ଡିଖୋଲ ଅଭିମୁଖେ ଯାତ୍ରା କରିଛନ୍ତି ପ୍ରଧାନମନ୍ତ୍ରୀ । ୧୯, ୬୦୦ କୋଟି ଟଙ୍କାରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଲୋକାର୍ପଣ ଓ ଉଦଘାଟନ କରିବେ ପ୍ର୍ରଧାନମନ୍ତ୍ରୀ ।

ଯାଜପୁର (କେନ୍ୟୁଜ): ଚଣ୍ଡିଖୋଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ତେଲେଙ୍ଗାନରୁ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରରେ ପହଞ୍ଚି ସିଧା ଚଣ୍ଡିଖୋଲ ଅଭିମୁଖେ ଯାତ୍ରା କରିଛନ୍ତି ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଶ୍ୱେଶ୍ୱର ଟୁଡୁ ଉପସ୍ଥିତ ରହିଛନ୍ତି । ୧୯, ୬୦୦ କୋଟି ଟଙ୍କାରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଲୋକାର୍ପଣ ଓ ଉଦଘାଟନ କରିବେ ପ୍ର୍ରଧାନମନ୍ତ୍ରୀ । ଏଥିମଧ୍ୟରେ ରହିଛି ତୈଳ ଓ ଗ୍ୟାସ, ରେଳବାଇ, ସଡକ, ପରିବହନ ଓ ରାଜପଥ ଏବଂ ଆଣବିକ ଶକ୍ତିର ପ୍ରକଳ୍ପ । ଏଥି ସହ ସେଠାରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ।

ସରକାରୀ କାର୍ଯ୍ୟକ୍ରମ ପରେ ୪ଟା ୧୫ରେ ସାଧାରଣ ସଭାରେ ଉଦବୋଧନ ଦେବେ ମୋଦୀ । ଯେଉଁ ସଭାରେ ବିଜେପି ବିଧାୟକ, ସାଂସଦ ଓ ନେତା ଉପସ୍ଥିତ ରହିବେ । ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ଚଣ୍ଡୀଖୋଲ ଗସ୍ତ ଓ ସାଧାରଣ ସଭାକୁ ନେଇ ରାଜ୍ୟ ବିଜେପି ବେଶ ଉତ୍ସାହିତ ଅଛି ।

ସେପଟେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ କେନ୍ଦ୍ରୀୟ ସୁରକ୍ଷା ଟିମ୍‌, ଯାଜପୁର ଜିଲ୍ଲା ପ୍ରଶାସନ, ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥାର ଗ୍ରହଣ କରାଯାଇଛି । ସୁରକ୍ଷା ଦୃଷ୍ଟିରୁ ଚଣ୍ଡିଖୋଲରେ ହେବାକୁ ଥିବା ସଭାସ୍ଥଳରେ ୩ ହଜାର ପାଲିସ ଫୋର୍ସ ମୁତୟନ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.