ରାଜ୍ୟ

ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ବିମାନ ବନ୍ଦରରୁ ରାଜ ଭବନ ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭୁବନେଶ୍ୱର (କେନ୍ୟୁଜ): ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।  ଭୁବନେଶ୍ୱରରେ ପହଞ୍ଚିବା ପରେ ବିଜେପି ପକ୍ଷରୁ ମୋଦିଙ୍କୁ ଦିଆଯିବ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ।  ହଜାର ହଜାର ସଂଖ୍ୟାରେ ଲୋକ ବିମାନ ବନ୍ଦର ବାହାରେ ମୋଦିଙ୍କୁ ସ୍ୱାଗତ କରିବେ ।  ରାଜଭବନରେ ରାତିରେ ରହିବେ ପ୍ରଧାନମନ୍ତ୍ରୀ ମୋଦି । ୬ ତାରିଖ ସକାଳୁ ବ୍ରହ୍ମପୁର ଅଭିମୁଖେ ବାହାରି ଯିବେ ପ୍ରଧାନମନ୍ତ୍ରୀ  ।  ପ୍ରଥମେ ବ୍ରହ୍ମପୁରରେ ବିଶାଳ ସମାବେଶରେ ଯୋଗ ଦେବେ ।  ତା’ପରେ ନବରଙ୍ଗପୁରରେ ମଧ୍ୟ ବଡ଼ ଜନସଭାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ।

ମୋଦିଙ୍କ ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।  ଭୁବନେଶ୍ବରରେ ପହଞ୍ଚିଲା ପରେ ବିମାନ ବନ୍ଦରରୁ ରାଜ ଭବନ ପର୍ଯ୍ୟନ୍ତ କେମିତି ସୁରକ୍ଷା ବ୍ୟବସ୍ଥା ରହିବ ସେନେଇ କମିଶନରେଟ୍ ପୋଲିସ ତରଫରୁ କାରକେଡ ରିହରସଲ କରାଯାଇଛି ।  ଟ୍ରାଫିକ ବ୍ୟବସ୍ଥାଠୁ ଆରମ୍ଭ କରି କେଉଁ ଗାଡ଼ିର ପୋଜିସନ୍ କଣ ରହିବ ତାର ରିହଲସଲ କରାଯାଇଛି ।  ଏନେଇ ଭୁବନେଶ୍ବର ଡିସିପି ପ୍ରତୀକ ସିଂହ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ରାତିରେ ରାଜଭବନରେ ରହିବାକୁ ଥିବାରୁ ପୂରା ଭୁବନେଶ୍ବରକୁ ନୋ ଡ୍ରୋନ୍ ଫ୍ଲାଇଁ ଜୋନ୍ ଘୋଷଣା କରାଯିବ ।  ରାଜଭବନରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।  ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ବରେ ୩ଜଣ ଡିସିପି, ୧୦ଜଣ ଏସିପି, ୧୭ଜଣ ଆଇଆଇସି, ୯୦ଜଣ ଏସ୍‌ଆଇ/ଏଏସ୍‌ଆଇ, ୨୦ ପ୍ଲାଟୁନ୍ ଫୋର୍ସ ମୁତୟନ ହେବେ ।  ଅପରପକ୍ଷେ ମୋଦିଙ୍କ ଗସ୍ତ ପୂର୍ବରୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ବି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଆସନ୍ତାକାଲି ଅପରାହ୍ନରେ ପହଞ୍ଚୁଛନ୍ତି ।  ଏବେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବାବେଳେ ବିଭିନ୍ନ ବର୍ଗର ଲୋକଙ୍କ ସହ ଆଲୋଚନା କରୁଛନ୍ତି ।

Barsha

Recent Posts

ନିର୍ବାଚନ ପରେ ସ୍ଥିତି ଜାହିର କଲେ ମାଓବାଦୀ, ଛକରେ ଲଗାଇଲେ ମାଓ ପୋଷ୍ଟର

କୋରାପୁଟ (କେନ୍ୟୁଜ); କୋରାପୁଟ ଜିଲ୍ଲା ବନ୍ଧୁଗାଁରେ ମାଓ ପୋଷ୍ଟର । ନିର୍ବାଚନ ପରେ ନିଜର ସ୍ଥିତି ଜାହିର ପାଇଁ ଲଗାଇଲେ…

3 mins ago

ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ

ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ…

6 mins ago

ଯୋଗ ଦିବସରେ କାଶ୍ମୀର ମହିଳାଙ୍କ ସହିତ ସେଲଫି ନେଲେ ମୋଦି, ଫଟୋ ଭାଇରଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…

10 mins ago

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

22 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

39 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

2 hours ago