ଯାଜପୁର ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଆସନ୍ତା ୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯାଜପୁର ଆସିବା କାର୍ଯ୍ୟକ୍ରମ ରହିଛି । ୫ ତାରିଖ ଅପରାହ୍ନରେ ପ୍ରଧାନମନ୍ତ୍ରୀ ଚଣ୍ଡିଖୋଲ ନିକଟସ୍ଥ ବେଣାପୁର ଠାରେ କେତେକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ।

ଯାଜପୁର (କେନ୍ୟୁଜ୍): ଆସନ୍ତା ୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯାଜପୁର ଆସିବା କାର୍ଯ୍ୟକ୍ରମ ରହିଛି । ୫ ତାରିଖ ଅପରାହ୍ନରେ ପ୍ରଧାନମନ୍ତ୍ରୀ ଚଣ୍ଡିଖୋଲ ନିକଟସ୍ଥ ବେଣାପୁର ଠାରେ କେତେକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ। ଅପରାହ୍ନ ୪ଟାରେ ଏଠାରେ ଆୟୋଜିତ ଏକ ସାଧାରଣ ସଭାରେ ଉଦଵୋଧନ ଦେବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ସଫଳ କରିବା ପାଇଁ ରାଜ୍ୟ ଓ ଜିଲ୍ଲା ବିଜେପି ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଉଛି।