ରାଜ୍ୟ

କାଲି ଓଡିଶା ଆସୁଛନ୍ତି ମୋଦି, ବାତ୍ୟାଞ୍ଚଳ କରିବେ ପରିଦର୍ଶନ

ଭୁବନେଶ୍ୱର(କେନ୍ୟୁଜ୍): ଆସନ୍ତାକାଲି ଅମ୍ଫାନ୍ କ୍ଷୟକ୍ଷତିର ଆକଳନ କରିବାକୁ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ । ଓଡ଼ିଶା ଓ ପଶ୍ଚିମବଙ୍ଗର ବାତ୍ୟାଞ୍ଚଳ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଆକାଶ ମାର୍ଗରୁ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହ ରାଜ୍ୟ ସରକାରଙ୍କ ସହ ମଧ୍ୟ ରିଲିଫ ଓ ବିପନ୍ନଙ୍କ ଥଇଥାନ ନେଇ ସମୀକ୍ଷା ବୈଠକ କରିବେ। ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି ।

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଭୁବନେଶ୍ୱର ଡିସିପି ଏନେଇ ଏୟାରପୋର୍ଟରେ ଏକ ସମୀକ୍ଷା ବୈଠକ କରିଛନ୍ତି। ଏହାପୂର୍ବରୁ ଡିଜି ଇଣ୍ଟେଲିଜେନ୍ସ ସତ୍ୟଜିତ ମହାନ୍ତି, ଏଡିଜି-ହେଡକ୍ୱାର୍ଟର ସୌମେଦ୍ର ପ୍ରିୟଦର୍ଶୀ, ପୋଲିସ କମିଶନର ଏବଂ ଡିସିପି ପ୍ରମୁଖ ଆଜି ଭୁବନେଶ୍ୱର ବିମାନବନ୍ଦର ଯାଇ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି।

ଓଡିଶାର ୪ଟି ଜିଲ୍ଲାର ବ୍ୟାପକ କ୍ଷତି କରିଛି ଅମ୍ଫାନ । ସେହିପରି ପଶ୍ଚିମବଙ୍ଗରେ ବାତ୍ୟା ୭୨ ଜଣଙ୍କ ଜୀବନ ନେଇଥିବାବେଳେ କୋଲକାତା, ହ୍ୱାଓଡା ଓ ହୁଗୁଳିରେ ବ୍ୟାପକ କ୍ଷତିଗ୍ରସ୍ତ ହୋଇଛି । ପ୍ରଧାନମନ୍ତ୍ରୀ ବାତ୍ୟାଞ୍ଚଳ ପରିଦର୍ଶନ କରିବା ପରେ ଅପରାହ୍ନ ୨ଟାରେ ଭୁବନେଶ୍ୱରରେ ବାତ୍ୟା ସ୍ଥିତି ନେଇ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି ।

ତେବେ ଅମ୍ପନ ବାତ୍ୟାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଶ୍ୱସନା ଦେଇଛନ୍ତି। ରାଜ୍ୟବାସୀ ଯେପରି ଭାବେ ସାହସର ସହ ବାତ୍ୟାର ମୁକାବିଲା କଲେ, ସେଲାଗି ଓଡ଼ିଶାବାସୀଙ୍କୁ ମୋଦି ସାଧୁବାଦ ଜଣାଇଛନ୍ତି। ଏହାସହ ଏଭଳି ପ୍ରାକୃତିକ ବିପତ୍ତି ବେଳେ ସେ ରାଜ୍ୟବାସୀଙ୍କ ଭାବାବେଗକୁ ସେ ସମର୍ଥନ କରିଛନ୍ତି।

ପରିସ୍ଥିତିକୁ ସ୍ୱାଭାବିକ କରିବା ଲାଗି ସରକାରୀ ଅଧିକାରୀ ଓ କର୍ମଚାରୀ ଗ୍ରାଉଣ୍ଡରେ ଅନବରତ କାମ କରିବା ସହ ପ୍ରଭାବିତଙ୍କୁ ସହାୟତା ଯୋଗାଇ ଦେଉଛନ୍ତି। ତେବେ ଯଥାଶୀଘ୍ର ସବୁକିଛି ସ୍ୱାଭାବିକ ହୋଇଯାଉ ବୋଲି ମୋଦି ପ୍ରାର୍ଥନା କରିଛନ୍ତି।

KNews Bureau

Recent Posts

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

13 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

13 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

7 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

9 hours ago

କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର

ଭୁବନେଶ୍ୱର : କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି।…

10 hours ago