ରାଜ୍ୟ

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ମତଦାନ: ଗଣତନ୍ତ୍ର ମହାପର୍ବରେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍

ଭୁବନେଶ୍ୱର (କେନ୍ୟୁଜ): ଆଜି ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ।  ମତାଧିକାର ସାବ୍ୟସ୍ତ କରି ଆଗାମୀ ୫ବର୍ଷ ପାଇଁ ନୂଆ ଜନପ୍ରତିନିଧି ବାଛିବେ ଭୋଟର ।  ଏଥିଲାଗି ସକାଳ ୭ଟାରୁ ଭୋଟ ଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇ ସଂଧ୍ୟା ୬ଟା ଯାଏ ମତଦାନ ଚାଲିବ ।  ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି ।  ତାଙ୍କ ଏକ୍ସ ହ୍ୟାଣ୍ଡଲରେ ‘ଆଜି ଓଡ଼ିଶାରେ ବିଧାନସଭା ନିର୍ବାଚନ ଆରମ୍ଭ ହେବାକୁ ଯାଉଛି। ମୁଁ ରାଜ୍ୟବାସୀଙ୍କୁ ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବାକୁ ଆହ୍ବାନ କରୁଛି । ଆପଣଙ୍କ ଭୋଟ୍ ଆପଣଙ୍କ ସ୍ଵର- ଏହାକୁ ଦୃଢ଼ ଓ ସ୍ପଷ୍ଟ ଭାବେ ଉତ୍ତୋଳନ କରନ୍ତୁ’ ବୋଲି କହିଛନ୍ତି ।

 

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଆପଣମାନଙ୍କ ପ୍ରତିଟି ଭୋଟ୍ ଗଣତନ୍ତ୍ରର ଭିତ୍ତିକୁ ମଜଭୁତ କରିବ। ବିକାଶର ଧାରାକୁ ଆଗେଇ ନେବ। ସାଧାରଣ ନିର୍ବାଚନ ୨୦୨୪ରେ ବହୁ ସଂଖାରେ ମତଦାନ କରି ଗଣତନ୍ତ୍ରର ମହାପର୍ବରେ ସାମିଲ ହୁଅନ୍ତୁ।

 

 

ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୪ଟି ଲୋକସଭା ଏବଂ ୨୮ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରାଯାଉଛି ।  ଉଭୟ ଲୋକସଭା ଓ ବିଧାନସଭା କ୍ଷେତ୍ର ପାଇଁ ୨୮୦ ପ୍ରାର୍ଥୀଙ୍କ ଭାଗ୍ଯ ନିର୍ଦ୍ଧାରଣ କରୁଛନ୍ତି ୬୨ ଲକ୍ଷ ୮୭ ହଜାରରୁ ଅଧିକ ଭୋଟର ।  ସଂସଦୀୟ କ୍ଷେତ୍ର ପାଇଁ ୩୭ ଜଣ ପ୍ରାର୍ଥୀ, ବିଧାନସଭା ପାଇଁ ମଇଦାନରେ ଅଛନ୍ତି ୨୪୩ ଜଣ ପ୍ରାର୍ଥୀ  ।  ନୂଆକରି ଭୋଟ ଦେବାକୁ ଥିବା ଯୁବପିଢି ମାନଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳିଛି ।

 

 

Barsha

Recent Posts

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

6 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

8 mins ago

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

43 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

54 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

1 hour ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

1 hour ago