ରାଜ୍ୟ

ଢିଲା ସୁରକ୍ଷାର ପରିଣାମ, କଟକ ମେଡିକାଲରୁ ଚିକିତ୍ସାଧୀନ ଅବସ୍ଥାରେ କଏଦୀ ଚମ୍ପଟ

ଯାଜପୁର ରୋଡ (କେନ୍ୟୁଜ) : କଟକ ମେଡିକାଲରୁ ଚିକିତ୍ସାଧୀନ ଅବସ୍ଥାରେ ଜଣେ କଏଦୀ ଚମ୍ପଟ ମାରିଛି । ଜେଲ୍ କର୍ତ୍ତୃପକ୍ଷଙ୍କ ସୁରକ୍ଷା ଦାୟିତ୍ୱରେ ଥିବାବେଳେ କଏଦୀ ଜଣକ ମେଡିକାଲରୁ ଫେରାର ହୋଇଯାଇଥିବା ସୂଚନା ମିଳିଛି । କାଳିଆପାଣି ଥାନା ଅଂଚଳର ଏକ ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତ ଥାଇ ଯାଜପୁର ରୋଡ ଉପ କାରାଗାରର ଅନ୍ତେବାସୀ ରହିଆସିଥିବା ଶୁକ୍ରା ମୁଣ୍ଡା ଅସୁସ୍ଥ ହେବାରୁ ତାଙ୍କୁ ଚିକିତ୍ସା ନିମନ୍ତେ କଟକ ବଡ ଡାକ୍ତରଖାନାକୁ ନିଆଯାଇଥିଲା । ତେବେ ଚିକିତ୍ସାଧୀନ ଅବସ୍ଥାରେ ଜେଲ୍ କର୍ତ୍ତୃପକ୍ଷଙ୍କ ଦୁର୍ବଳ ସୁରକ୍ଷାବଳୟ ଭେଦି କଏଦୀ ଜଣକ ଗତକାଲି ଠାରୁ ଡାକ୍ତରଖାନାରୁ ଚମ୍ପଟ ମାରିଛି ।

ଏ ନେଇ ସୂଚନା ଦେଇଛନ୍ତି ରଗଡି ଜେଲ ଅଧୀକ୍ଷକ ପ୍ରକାଶ ଚନ୍ଦ୍ର ରଣା । ଫେରାର କଏଦୀ ଜଣଙ୍କ ଦୀର୍ଘ ଦୁଇ ବର୍ଷ ଧରି ରଗଡି ଜେଲରେ ବିଚାରଧିନ କଏଦୀ ଭାବେ ରାହିଆସିଥିବା ବେଳେ ଯକ୍ଷ୍ମା ରୋଗରେ ଆକ୍ରାନ୍ତ ହୋଇ ଉପ କାରାଗାର ପାରିସରରେ ଚିକିତ୍ସା ହୋଇ ଆସୁଥିଲେ । ହଠାତ୍ ୩୦ ତାରିଖ ଦିନ କଏଦୀର ଅବସ୍ଥା ଶଙ୍କଟାପର୍ଣ୍ଣ ହେବାରୁ କାରାଗାରର ତିନି ଜଣ ସୁରକ୍ଷା କର୍ମୀ ଓ ଜଣେ ଫାର୍ମାସିଷ୍ଟଙ୍କ ସହ ତାଙ୍କୁ କଟକ ବଡ ମେଡିକାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଥିଲା । କିନ୍ତୁ ଢିଲା ସୁରକ୍ଷା ବଳୟର ସୁଯୋଗ ନେଇ କଏଦୀ ଜଣଙ୍କ ମେଡିକାଲ ପରିସରରୁ ଚମ୍ପଟ ମାରିବାକୁ ସକ୍ଷମ ହୋଇଥିଲା । ତେବେ କଏଦୀ ଜଣଙ୍କ ଫେରାର ହେବା ନେଇ ଉପ କାରାଗାର କର୍ତ୍ତୃପକ୍ଷ କଟକ ମଙ୍ଗଳାବାଗ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଫେରାର କଏଦୀ ଜଣଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ ଚାଲିଥିବାବେଳେ ଦୁର୍ବଳ ସୁରକ୍ଷା ବ୍ୟବସ୍ଥା ପାଇଁ ଦାୟୀ କାର୍ମଚାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହୋଇଛି ।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago