ବସ୍ ଧର୍ମଘଟ୍ ପ୍ରତ୍ୟାହାର କଲା ଘରୋଇ ବସ୍ ମାଲିକ ସଂଘ

ଧର୍ମଘଟ ପ୍ରତ୍ୟାହାର କଲା ଘରୋଇ ବସ୍ ମାଲିକ ସଂଘ। ଆଜି ପରିବହନ ମନ୍ତ୍ରୀଙ୍କ ଅଧକ୍ଷତରେ ସଚିବାଳୟରେ ଏକ ବୈଠକ ବସିଥିଲା । ଯେଉଁଥିରେ ଘରୋଇ ବସ୍ ମାଲିକ ସଂଘର ଦାବୀକୁ ନେଇ ଆଲୋଚନା ହୋଇଥିଲା ।

ଭୁବନେଶ୍ୱର (କେନ୍ୟୁଜ): ଧର୍ମଘଟ ପ୍ରତ୍ୟାହାର କଲା ଘରୋଇ ବସ୍ ମାଲିକ ସଂଘ। ଆଜି ପରିବହନ ମନ୍ତ୍ରୀଙ୍କ ଅଧକ୍ଷତରେ ସଚିବାଳୟରେ ଏକ ବୈଠକ ବସିଥିଲା । ଯେଉଁଥିରେ ଘରୋଇ ବସ୍ ମାଲିକ ସଂଘର ଦାବୀକୁ ନେଇ ଆଲୋଚନା ହୋଇଥିଲା । ଲକ୍ଷ୍ମୀ ବସ୍ ଗୁଡିକ ବ୍ଲକରୁ ଜିଲ୍ଲାକୁ ଚଲା ନଯିବା ଦାବୀକୁ ସରକାର ମାନି ନେଇଥିବା ବେଳେ ପ୍ରାଥମିକ ଭାବରେ ଗଜପତି,ଭବାନୀପାଟଣା,ରାୟଗଡାରେ ଚାଲୁଥିବା ଲକ୍ଷ୍ମୀ ବସ୍ ଗୁଡିକ ପଞ୍ଚାୟତରୁ ବ୍ଲକକୁ ଚାଲୁଛି । ଆଗକୁ ନବରଙ୍ଗପୁର ଏବଂ କୋରାପୁଟରେ ମଧ୍ୟ ଲଖ୍ମୀ ବସ୍ ପଞ୍ଚାୟତରୁ ବ୍ଲକକୁ ଚାଲିବା ନେଇ ନିଷ୍ପତି ହୋଇଛି ।

ଏହା ବାଦ୍ ଘରୋଇ ବସ୍ ମାଲିକ ସଂଘ ଏବଂ ସରକାରଙ୍କର କିଛି ବିଭାଗୀୟ ଅଧିକାରୀଙ୍କୁ ନେଇ ଏକ କମିଟି ଗଠନ କରାଯାଇଛି। ଯେଉଁ କମିଟି ମୋ ବସର ରିଭ୍ୟୁ କରି ଆସନ୍ତା ୭ ଦିନ ମଧ୍ୟରେ ଏକ ବୈଠକ ବସି ମୋ ବସ୍ ଚଳାଚଳ ରୁଟ୍ କୁ ନେଇ ନିଷ୍ପତ୍ତି ନିଆଯିବ। ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲା ଘରୋଇ ବସ୍ ମାଲିକ ସଂଘ ।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.