ରାଜ୍ୟ

ରାଜ୍ୟସରକାରଙ୍କ ନିଷ୍ପତ୍ତି, ଏଣିକି ଘରୋଇ ହସ୍ପିଟାଲରେ ଏବେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ରହିବ ସ୍ବାତନ୍ତ୍ର ସଂରକ୍ଷଣ ବେଡ୍

କେନ୍ୟୁଜ୍(ବ୍ୟୁରୋ):  କରୋନା ଚିକିତ୍ସା ପାଇଁ ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି।   ଘରୋଇ ହସ୍ପିଟାଲରେ ଏବେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ରହିବ ସ୍ବାତନ୍ତ୍ର ସଂରକ୍ଷଣ ବେଡ୍। ଭୁବନେଶ୍ବର, କଟକ, ସମ୍ବଲପୁର, ବ୍ରହ୍ମପୁର ଓ ରାଉରେକଲାରେ ଥିବା ୩୦ରୁ ଅଧିକ ଶଯ୍ୟା ବିଶିଷ୍ଟ ଘରୋଇ ହସ୍ପିଟାଲମାନେ  ଜେନେରାଲ ବେଡର ଅଧା ଓ ଆଇସିୟୁ ବେଡର ୮୦ ପ୍ରତିଶତ କରୋନା ରୋଗୀଙ୍କ ପାଇଁ ସଂରକ୍ଷିତ ରଖିବା ବାଧ୍ୟତାମୂଳକ  । ଏହା ସହିତ ଜରୁରୀ ପରିସ୍ଥିତିରେ ସମଗ୍ର ହସପିଟାଲକୁ କୋଭିଡ ହସପିଟାଲରେ ପରିବର୍ତ୍ତନ କରିବାର ବିକଳ୍ପ ରହିବ।

ଗତ ଅଗଷ୍ଟ ୨୮ରେ  ଓଡିଶା ସରକାର ଏକ ବିଜ୍ଞପ୍ତି ଜାରି କରି ୩୦ରୁ ଅଧିକ ଶଯ୍ୟା ବିଶିଷ୍ଟ ଘରୋଇ ହସ୍ପିଟାଲଗୁଡ଼ିକରେ କରୋନା ଚିକିତ୍ସା ପାଇଁ ବ୍ୟବସ୍ଥା କରାଇଥିଲେ । ଏହା ସହିତ ବେସରକାରୀ ହସ୍ପିଟାଲରେ ଚିକିତ୍ସା ବାବଦକୁ ଖର୍ଚ୍ଚ ଧାର୍ଯ୍ୟ କରିଥିଲେ । ଜେନେରାଲ ବେଡ୍ ପାଇଁ ଦୈନିକ ୨୯୫୦ରୁ ୪୭୫୦, ଆଇସିୟୁ ୧୦ରୁ ୧୭ ହଜାର ଓ ଆଇସିୟୁ ସହ ଭେଣ୍ଟିଲେଟର୍ ପାଇଁ ୧୨ରୁ ୧୮ ହଜାର ଟଙ୍କା ଧାର୍ଯ୍ୟ କରାଯାଇଥିଲା । ଏହି ଦର ୩୦ରୁ ଅଧିକ ଶଯ୍ୟା ବିଶିଷ୍ଟ ଘରୋଇ ହସ୍ପିଟାଲ ପାଇଁ ଲାଗୁ ହେଉଛି ।

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

39 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

2 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

2 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

2 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

3 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

4 hours ago