ରାଜ୍ୟ

କିଟ୍‌ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସସ୍ମିତାରାଣୀ ସାମନ୍ତ, ଆଜି ନେଲେ ଦାୟିତ୍ବ

ଭୁବନେଶ୍ବର(କେନ୍ୟୁଜ୍):କିଟ୍‌ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ପ୍ରଫେସର ସସ୍ମିତାରାଣୀ ସାମନ୍ତ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରଫେସର ହୃଷୀକେଶ ମହାନ୍ତିଙ୍କ କାର୍ଯ୍ୟକାଳ ଶେଷ ହୋଇଯିବା ପରେ କୁଳାଧିପତି ପ୍ରଫେସର ବେଦ ପ୍ରକାଶ ପ୍ରଫେସର ସସ୍ମିତାରାଣୀ ସାମନ୍ତଙ୍କୁ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି । ଏହା ପୂର୍ବରୁ ପ୍ରଫେସର ସାମନ୍ତ କିଟ୍‌ ବିଶ୍ୱବିଦ୍ୟାଳୟର କୁଳସଚିବଠାରୁ ଆରମ୍ଭ କରି ଉପକୂଳପତି ପର୍ଯ୍ୟନ୍ତ ୨୬ ବର୍ଷ ଧରି କିଟ୍‌ ବିଶ୍ୱବିଦ୍ୟାଳୟରେ ବିଭିନ୍ନ ପଦପଦବୀରେ ରହି ଦକ୍ଷତାର ସହ କାର୍ଯ୍ୟ କରିଆସିଛନ୍ତି ।

ଆଜି ପ୍ରଫେସର ମହାନ୍ତିଙ୍କ ଠାରୁ ପ୍ରଫେସର ସସ୍ମିତାରାଣୀ ସାମନ୍ତ ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଶିକ୍ଷାଦାନ ଓ ପ୍ରଶାସନ କ୍ଷେତ୍ରରେ ତାଙ୍କର ଦୀର୍ଘବର୍ଷର ଅଭିଜ୍ଞତା ରହିଛି। ଆମେରିକାର ଷ୍ଟାନଫୋର୍ଡ ବିଶ୍ୱବିଦ୍ୟାଳୟରୁ ମ୍ୟାନେଜମେଣ୍ଟରୁ ପିଏଚଡି କରିଥିବା ପ୍ରଫେସର ସସ୍ମିତାରାଣୀ ସାମନ୍ତ ବ୍ରିଟେନର ରୟାଲ୍‌ ସୋସାଇଟି ଅଫ୍‌ ଆର୍ଟସ୍‌ ଏବଂ କମ୍ପ୍ୟୁଟର ସୋସାଇଟି ଅଫ୍‌ ଇଣ୍ଡିଆ ଫେଲୋ ରହିଆସିଛନ୍ତି । କୁଳପତି ଚୟନ ନିମନ୍ତେ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏଥିପାଇଁ କିଟ୍‌ ବିଶ୍ୱବିଦ୍ୟାଳୟର କୁଳାଧିପତି ପ୍ରଫେସର ବେଦ ପ୍ରକାଶ ପ୍ରତିଷ୍ଠିତ ଶିକ୍ଷାବିତ୍‌, ଜାତୀୟ ବିଶ୍ୱବିଦ୍ୟାଳୟର କୁଳପତି ଏବଂ ୟୁଜିସି ପକ୍ଷରୁ ଜଣେ ସଦସ୍ୟଙ୍କୁ ନେଇ ଏକ ୩ ଜଣିଆ ଚୟନ କମିଟି ଗଠନ କରିଥିଲେ। ପୁଙ୍ଖାନୁପୁଙ୍ଖ ଯାଞ୍ଚ ପରେ ପ୍ରଫେସର ସାମନ୍ତଙ୍କ ସମେତ ଚୟନ କମିଟି ୧୩ଜଣଙ୍କ ସାକ୍ଷାତକାର ନେଇଥିଲେ। ଚୂଡ଼ାନ୍ତ ପର୍ଯ୍ୟାୟରେ ଚୟନ କମିଟି ୩ ଜଣ ପ୍ରାର୍ଥୀଙ୍କ ନାମ କୁଳାଧିପତିଙ୍କ ନିକଟକୁ ପଠାଇଥିଲେ।

ଶିକ୍ଷାଦାନ ଓ ପ୍ରଶାସନିକ ଅଭିଜ୍ଞତା ସମେତ ଅନ୍ୟ ଦିଗକୁ ବିଚାରକୁ ନେଇ କୁଳାଧିପତି ପ୍ରଫେସର ସସ୍ମିତାରାଣୀ ସାମନ୍ତଙ୍କୁ କିଟ୍‌ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତି ଦେଇଥିଲେ। ଆସନ୍ତା ୫ବର୍ଷ ପାଇଁ ପ୍ରଫେସର ସାମନ୍ତ ଏହି ପଦବୀରେ କାର୍ଯ୍ୟ କରିବେ। କିଟ୍‌ ବିଶ୍ୱବିଦ୍ୟାଳୟ ଆରମ୍ଭରୁ ଏହାର କୁଳପତି ଭାବେ ବହୁ ବିଶିଷ୍ଟ ଶିକ୍ଷାବିତ୍‌ ଓ ବୈଜ୍ଞାନିକ କାର୍ଯ୍ୟ କରିଛନ୍ତି। ଏଥିରେ ପ୍ରତିଷ୍ଠାତା ଡ.ଅଚ୍ୟୁତ ସାମନ୍ତ ଖୁସି ବ୍ୟକ୍ତ କରିବା ସହ ପ୍ରଫେସର ସସ୍ମିତାରାଣୀ ସାମନ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଫେସର ସସ୍ମିତା ସାମନ୍ତଙ୍କ ନେତୃତ୍ୱରେ କିଟ୍‌ ବିଶ୍ୱବିଦ୍ୟାଳୟ ଆଗକୁ ଆହୁରି ସଫଳତା ହାସଲ କରିବ ବୋଲି ଡ. ସାମନ୍ତା ଆଶା ବ୍ୟକ୍ତି କରିଛନ୍ତି।

KNews Bureau

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

25 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

39 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

54 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

1 hour ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 hours ago