ପ୍ରଫେସର ଶରଣଜିତ ସିଂହଙ୍କୁ କିଟ୍‍ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଦାୟିତ୍ୱ

କିଟ୍‍ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ପ୍ରଫେସର ଶରଣଜିତ ସିଂହ ଦାୟିତ୍ୱ ଗ୍ରହଣ କରିଛନ୍ତି।

ଭୁବନେଶ୍ୱର : କିଟ୍‍ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ପ୍ରଫେସର ଶରଣଜିତ ସିଂହ ଦାୟିତ୍ୱ ଗ୍ରହଣ କରିଛନ୍ତି । କୁଳପତି ଚୟନ ନିମନ୍ତେ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଥିଲା । କୁଳପତି ଚୟନ ପାଇଁ ବିଭିନ୍ନ ପ୍ରକ୍ରିୟା ଅନୁସରଣ ସହ ପୁଙ୍ଖାନୁପୁଙ୍ଖ ଯାଞ୍ଚ କରାଯାଇଥିଲା । ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରଫେସର ସିଂହଙ୍କ ନାମ କୁଳାଧିପତି ଅଶୋକ ପରିଜାଙ୍କ ନିକଟକୁ ପଠାଯାଇଥିଲା ।

ଶିକ୍ଷାଦାନ ଓ ପ୍ରଶାସନିକ ଅଭିଜ୍ଞତା ସମେତ ଅନ୍ୟାନ୍ୟ ଦିଗକୁ ବିଚାରକୁ ନେଇ କୁଳାଧିପତି ଶ୍ରୀ ପରିଜା ପ୍ରଫେସର ସିଂହଙ୍କୁ କିଟ୍ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତି ଦେଇଥିଲେ । ପ୍ରଫେସର ସିଂହ ହେଉଛନ୍ତି କିଟ୍ ବିଶ୍ୱବିଦ୍ୟାଳୟର ୧୧ତମ କୁଳପତି । କିଟ୍ ବିଶ୍ୱବିଦ୍ୟାଳୟ ଆରମ୍ଭରୁ ଏହାର କୁଳପତି ଭାବେ ବହୁ ବିଶିଷ୍ଟ ଶିକ୍ଷାବିତ୍ ଓ ବୈଜ୍ଞାନିକ କାର୍ଯ୍ୟ କରିଛନ୍ତି । ଏଥିରେ ଖୁସି ବ୍ୟକ୍ତ କରି କିଟ୍ ଓ କିସ୍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ପ୍ରଫେସର ସିଂହଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଫେସର ଶରଣଜିତ୍ ସିଂହଙ୍କ ନେତୃତ୍ୱରେ କିଟ୍ ବିଶ୍ୱବିଦ୍ୟାଳୟ ଆଗକୁ ଆହୁରି ସଫଳତା ହାସଲ କରିବ ବୋଲି ଡ. ସାମନ୍ତ ଆଶା ବ୍ୟକ୍ତ କରିଛନ୍ତି।

Leave A Reply

Your email address will not be published.