ରାଜ୍ୟ

ପାରାଦୀପର ଜଣେ ଆଶାକର୍ମୀଙ୍କୁ ଅପହରଣ ଓ ଗଣଦୁଷ୍କର୍ମ ଘଟଣାର ପ୍ରତିବାଦ

ପାରାଦୀପ(କେନ୍ୟୁଜ୍): ପାରାଦୀପର ଜଣେ ଆଶାକର୍ମୀଙ୍କୁ ଅପହରଣ ଓ ଗଣଦୁଷ୍କର୍ମ ଘଟଣାର ପ୍ରତିବାଦ। ପାରାଦୀପ ଆଦର୍ଶ ଥାନା ଅଧିକାରୀଙ୍କୁ ନିଖିଳ ଓଡିଶା ଆଶାକର୍ମୀ ସଂଘ ପକ୍ଷରୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଗତ ୨୬ ତାରିଖ ଦିନ ତିନିଟା ସମୟରେ ଆଶାକର୍ମୀ ଜଣଙ୍କ ନୂଆବଜାରରୁ ଷଣ୍ଢକୁଦ ନିଜ ଘରକୁ ଫେରୁଥିବା ବେଳେ ବାଟରେ ଚାରିଜଣ ଯୁବକ ତାଙ୍କୁ ଜୋର ଜବରଦସ୍ତ ଏକ ନାଲି ରଙ୍ଗର କାରରେ ଅପହରଣ କରି ନେହେରୁବଙ୍ଗଳା ନେଇଯାଇଥିଲେ । ସେଠାରେ ଗଣ ଦୁଷ୍ମର୍ମ କରିବା ପରେ ପାରାଦୀପ ନୂଆବଜାରରେ ଛାଡି ଚାଲିଯାଇଥିଲେ।

ଏନେଇ ପୀଡିତା ଆଶାକର୍ମୀ ଆଦର୍ଶ ଥାନାରେ ୪ଜଣ ଦୁଷ୍ମର୍ମକାରୀଙ୍କ ନାମରେ ଏତଲା ଦେବାପରେ ମୁଖ୍ୟ ଅଭିଯୁକ୍ତକୁ ପୋଲିସ ଅଟକ ରଖିଥିବା ବେଳେ ଅନ୍ୟ ତିନି ଅଭିଯୁକ୍ତ ଏବେବି ଫେରାର ଅଛନ୍ତି । ଏନେଇ ନିଖିଳ ଓଡିଶା ଆଶାକର୍ମୀ ସଂଘ ପକ୍ଷରୁ ଆଦର୍ଶ ଥାନା ଅଧିକାରୀଙ୍କୁ ଏକ ଦାବିପତ୍ର ଦେବା ସହ ପୀଡିତାଙ୍କ ଜୀବନ ପ୍ରତି ବିପଦ ଥିବାରୁ ତାଙ୍କୁ ସୁରକ୍ଷା ଦେବା ସହ ଘଟଣାକୁ ତିନିଦିନ ବିତିଯାଇଥିଲେ ମଧ୍ୟ ଅନ୍ୟ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇନାହିଁ । ତେବେ ତୁରନ୍ତ ଅନ୍ୟମାନଙ୍କୁ ଗିରଫ କରିବା ସହ ସେମାନଙ୍କ ଉପରେ ଦୃଢ କାର୍ଯାନୁଷ୍ଠାନ ଗ୍ରହଣ କରାଯାଉ ନଚେତ ଆଶାକର୍ମୀ ସଂଘ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛନ୍ତି ।

Sonalisa

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

35 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

50 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

1 hour ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 hours ago