ରାଜ୍ୟ

ସୁକିନ୍ଦା ଖଣି ଅଞ୍ଚଳରେ ପରିବହନ କ୍ଷେତ୍ରରେ ଅବ୍ୟବସ୍ଥା ଓ ପାତରଅନ୍ତର ନୀତିକୁ ବିରୋଧ: ଚଣ୍ଡିଖୋଲ ଓ ଯାଜପୁରରୋଡ ଟ୍ରକ ମାଲିକ ସଂଘର ପ୍ରତିବାଦ

ଯାଜପୁର (କେନ୍ୟୁଜ): ଯାଜପୁର ଜିଲ୍ଲାର ସୁକିନ୍ଦା କ୍ରୋମ ଖଣି ଅଂଚଳରେ କ୍ରୋମ ପରିବହନ କ୍ଷେତ୍ରରେ ଅବ୍ୟବସ୍ଥା ଓ ପାତରଅନ୍ତର ନୀତି ବିରୋଧରେ ଚଣ୍ଡିଖୋଲ ଓ ଯାଜପୁରରୋଡ ଟ୍ରକ ମାଲିକ ସଂଘର ସାମ୍ବାଦିକ ସମ୍ମିଳନୀ । ଆଜି ଚଣ୍ଡିଖୋଲସ୍ଥିତ ଟ୍ରକ ମାଲିକ ସଂଘ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସଂଘର କର୍ମକର୍ତାମାନେ ଯୋଗଦେଇ ସୁକିନ୍ଦା ଖଣି ଅଂଚଳରେ ପରିବହନ କ୍ଷେତ୍ରରେ ବିଶୃଙ୍ଖଳା ହେବା ସହ ଅସ୍ୱାଭାବିକ ପରିସ୍ଥିତି ସୃଷ୍ଟି ହୋଇଛି ।

ଏଠାରେ ଜିଲ୍ଲାର ଟ୍ରକ ମାଲିକଙ୍କ ସ୍ୱାର୍ଥକୁ ଉପେକ୍ଷା କରି ଆଞ୍ଚଳିକତାବାଦକୁ ଗୁରୁତ୍ୱ ଦିଆଯାଉଛି । ଏଥିସହ ଫାଷ୍ଟ କମ ଫାଷ୍ଟ ଲୋଡିଂ ନିୟମକୁ କାର୍ଯ୍ୟକାରୀ କରାଯାଉନଥିବା ସଂଘ ଅଭିଯୋଗ କରିଛି । ଯେଉଁଥିପାଇଁ ଚଣ୍ଡିଖୋଲ ଓ ଯାଜପୁରରୋଡ ଟ୍ରକ ମାଲିକ ସଂଘ ଏହି ସମସ୍ୟା ସଂପର୍କରେ ଜିଲ୍ଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛି । ପରିବହନ ବ୍ୟବସ୍ଥାକୁ ସୁଗମ କରିବା ପାଇଁ ସେଂଟ୍ରାଲ ପାର୍କିଂର ବ୍ୟବସ୍ଥାକୁ କାର୍ଯ୍ୟକାରୀ କରିବା ସହ ତିନି ଦିନ ବଦଳରେ ୭ଦିନର ଲୋଡିଂ ଟାର୍ଗେଟ ଅନୁଯାୟୀ ସିରିଏଲ କରିବାକୁ ଖଣି କର୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେବାକୁ ଦାବି କରିଛନ୍ତି । ଏହାକୁ କାର୍ଯ୍ୟକାରୀ କରାନଗଲେ ଆଗାମୀ ଦିନରେ ଟ୍ରକ ମାଲିକ ସଂଘ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରିବ ବୋଲି ସାମ୍ବାଦିକ ସମ୍ମିଳନୀରେ ଚେତାବନୀ ଦେଇଛି ।

KNews Bureau

Recent Posts

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

6 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

35 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

54 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago