ଆସନ୍ତାକାଲି ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

କେନ୍ୟୁଜ(ବ୍ୟୁରୋ) : ଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ଶ୍ରୀବିଗ୍ରହମାନଙ୍କ ସାଧାରଣ ଦର୍ଶନ । ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ପାଇଁ ସାଧାରଣ ଦର୍ଶନ ବନ୍ଦ ରହୁଥିବାରୁ ଶ୍ରଦ୍ଧାଳୁ ଏହି ସମୟ ପାଇଁ ଦର୍ଶନରୁ ବଞ୍ଚିତ ରହିବେ ।
ସୂଚନାଯୋଗ୍ୟ ,ଆସନ୍ତାକାଲି ସୋମବାର ଆଷାଢ଼ ଶୁକ୍ଳ ଚତୁର୍ଥୀ ଯୁକ୍ତ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ରାତ୍ର ଘ.୯.୦୦ ଟିକା ଠାରୁ ବିଳମ୍ବିତ ରାତ୍ର ଘ.୨.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଜଣାଯାଇଛି ।