ତୃତୀୟ ଲହର ସମ୍ଭାବନା ନିଶ୍ଚିତ କିନ୍ତୁ ମୁକାବିଲା ଲାଗି ଆମେ ସମର୍ଥ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର

କେନ୍ୟୁଜ୍(ବ୍ୟୁରୋ):ତୃତୀୟ ଲହର ସମ୍ଭାବନା ନିଶ୍ଚିତ। ତୃତୀୟ ଲହର ମୁକାବିଲା ଲାଗି ଆମେ ସମର୍ଥ। ଏଭଳି ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ଯେତେ ରୋଗୀ ଚିହ୍ନଟ ହେଲେ ତାଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇଦେବୁ। ଏଥିପାଇଁ ଆମେ ପ୍ରସ୍ତୁତ ରହିଛୁ। ବ୍ରିଟେନ୍‌ରେ ଯେମିତି ସଂକ୍ରଣ ବଢୁଛି। ତୃତୀୟ ଲହର ସମ୍ଭାବନା ନିଶ୍ଚିତ। ଯାହା ସରକାରଙ୍କର ନିୟମାବଳୀ ରହିଛି, ଆନ୍ତର୍ଜାତିକ ଯାତ୍ରୀଙ୍କର ସର୍ଭେଲାନ୍ସ ଚାଲିଛି । ଓମିକ୍ରନ ଚିହ୍ନଟ ପାଇଁ ଜିନମ ସିକ୍ୱେନ୍ସିଂ ଆବଶ୍ୟକ। ତେଣୁ ସିକ୍ୱେନ୍ସିଂ ପାଇଁ ଯାଉଥିବା ନମୁନା ସଂଖ୍ୟା ବଢାଇବାକୁ କୁହାଯାଇଛି। ଏବେ ସୁଦ୍ଧା ରାଜ୍ୟକୁ ଆଟ୍‌ ରିସ୍କ କଣ୍ଟ୍ରିରୁ ୧୫ଶହରୁ ଅଧିକ ଲୋକ ଆସିଲେଣି ।

ଯାହାତଥ୍ୟ ଅଛି, ଓମିକ୍ରନର ଲକ୍ଷଣ ପୂର୍ବ ଭଳି ପ୍ରାୟ ସମାନ। ଦ୍ୱିତୀୟ ଲହରରେ ଯେଉଁ ଟ୍ରିଟମେଣ୍ଟ ଥିଲା, ଏବେ ବି ତାହା ରହିଛି । ଓମିକ୍ରନ ଯୋଗୁ ଯେଉଁ ପରିସ୍ଥିତି ସୃଷ୍ଟି ହେବ, ତାକୁ ସମ୍ଭାଳିବା ଲାଗି ଆମର କ୍ଷମତା ରହିଛି। ରୋଗୀ ସଂଖ୍ୟା ବୃଦ୍ଧି ସହ ତାଳ ଦେଇ ଭିତ୍ତିଭୂମି ବଢ଼ାଯିବ। ପୂର୍ବ ପ୍ରସ୍ତୁତି ସହ ଅକ୍ସିଜେନ, ବେଡ଼, ଜରୁରି ଔଷଧ ମହଜୁଦ ରଖାଯାଉଛି। ନିୟମିତ ଏହାର ତର୍ଜମା କରାଯାଉଛି ଓ ପ୍ରସ୍ତୁତି ଚାଲିଛି । ରାଜ୍ୟର ସମସ୍ତ କୋଭିଡ ହସ୍ପିଟାଲ, ଘରୋଇ ହସ୍ପିଟାଲରେ ସ୍ୱତନ୍ତ୍ର ଓମିକ୍ରନ ବ୍ଲକ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।