Below header

ରାଜ୍ୟରେ ବଢୁଛି କୋଭିଡ ସଂଖ୍ୟା, ଆତଙ୍କିତ ନ ହେବାକୁ କହିଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ରାଜ୍ୟରେ ବଢିବାରେ ଲାଗିଛି କରୋନା ଅକ୍ରାନ୍ତଙ୍କ ସଂଖ୍ୟା । ପୂର୍ବରୁ ୫ଜଣଙ୍କଠାରେ ପଜିଟିଭ୍ ଚିହ୍ନଟ କରାଯାଇଥିବା ବେଳେ ଆଜି ଆଉ ୩ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । କୋଭିଡ ସଂଖ୍ୟା ବୃଦ୍ଧିକୁ ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ଦେଇଛନ୍ତି ।

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ବଢିବାରେ ଲାଗିଛି କରୋନା ଅକ୍ରାନ୍ତଙ୍କ ସଂଖ୍ୟା । ପୂର୍ବରୁ ୫ଜଣଙ୍କଠାରେ ପଜିଟିଭ୍ ଚିହ୍ନଟ କରାଯାଇଥିବା ବେଳେ ଆଜି ଆଉ ୩ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । କୋଭିଡ ସଂଖ୍ୟା ବୃଦ୍ଧିକୁ ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ଦେଇଛନ୍ତି ।

ସେ କହିଛନ୍ତି ଯେ ରାଜ୍ୟରେ ବଢିଛି କୋଭିଡ ଟେଷ୍ଟିଂ । ଗତକାଲି ୬୯୦ ନମୁନା ପରୀକ୍ଷାରୁ ୩୭୮ RTPCR ହୋଇଥିଲା । ସେଥିରୁ ୩ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏବେ ମୋଟ ଆକ୍ଟିଭ୍ ସଂଖ୍ୟା ୮କୁ ବୃଦ୍ଧି ପାଇଛି। ସମସ୍ତେ ହୋମ ଆଇସୋଲେସନରେ ଅଛନ୍ତି । ତେଣୁ ଆତଙ୍କିତ ହେବାର ଆବଶ୍ୟକତା ନାହିଁ । ଜାତୀୟସ୍ତରରେ ତଥ୍ୟ ଅନୁସାରେ ଯେଉଁମାନେ ଆକ୍ରାନ୍ତ ହେଉଛନ୍ତି ୯୨ ପ୍ରତିଶତ ହୋମ ଆଇସୋଲେସନରେ ଅଛନ୍ତି । କୋଭିଡ ସ୍ଥିତି ଉପରେ ନଜର ରଖାଯାଇଛି । ତେଣୁ ଆତଙ୍କିତ ହୁଅନ୍ତୁ ନାହିଁ। ଆଗକୁ ବଢିବା ନେଇ ସ୍ଥିତି ଅନୁଧ୍ୟାନ କରାଯାଉଛି।

ଜାତୀୟସ୍ତରୀୟ ତଥ୍ୟ ଅନୁସାରେ ଯେଉଁମାନେ ଆକ୍ରାନ୍ତ ହେଉଛନ୍ତି ୯୨% ରୁ ଉର୍ଦ୍ଧ୍ବ ହୋମ ଆଇସୋଲେସନରେ ଅଛନ୍ତି, ଆଉ ଯେଉଁମାନେ ମେଡିକାଲରେ ଆଡମିଟ ହେଉଛନ୍ତି ଓ ମେଜରିଟି ଡେଥ ମଧ୍ୟ କୋମଅର୍ବିଟ କଣ୍ଡିସନ ପାଇଁ ହୋଇଛି। କୋଭିଡ ପାଇଁ ମେଡିକାଲରେ ଆଡମିଟ ହେବା ବହୁତ କମ। ବଢ଼ିବ ନ ବଢ଼ିବ ଏବେ କହିହେବନି। ସ୍ଥିତି ଉପରେ ନଜର ରଖାଯାଇଛି। ଯଦି ବଢ଼େ, ତେବେ ଭୟାବହତା ଆଶଙ୍କା କମ୍।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.