Below header

ଗଜପତି ମହାରାଜାଙ୍କ ଛେରାପହଁରା ପରେ ମାଉସୀ ମା ଅଭିମୁଖେ ତିନିରଥ

ପୁରୀ(କେନ୍ୟୁଜ୍): ତିନିରଥରେ ରଥାରୂଢ ହୋଇଛନ୍ତି ତିନିଠାକୁର । ପହଣ୍ଡି ସରିବା ପରେ ନୀତିକାନ୍ତି ହୋଇଥିଲା । ପୁରୀରେ ରଥଯାତ୍ରା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ରଥାରୂଢ ହେବାପରେ ବିଗ୍ରହମାନଙ୍କ ମଇଲମ ଓ ମାଳଫୁଲ, ଲାଗି ହୋଇଥିଲା । ଏହାପରେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଜନୈକ ପଦାଧିକାରୀ, ଶ୍ରୀମନ୍ଦିର କମାଣ୍ଡର, ଆବଶ୍ୟକ ସଂଖ୍ୟକ ମନ୍ଦିର ପୁଲିସ ଏବଂ ସରକାରୀ ପୁଲିସ ଶ୍ରୀନଅରକୁ ଯାଇ ବିଧିବଦ୍ଧ ଭାବେ ଗଜପତି ମହାରାଜାଙ୍କୁ ଛେରା ପହଁରା ସେବା କରିବା ପାଇଁ ଖବର ପଠାଇଥିଲେ । ଶ୍ରୀନଅରରେ ଖବର ପଂହଚିବା ପରେ ଗଜପତି ମହାରାଜା ରାଜକୀୟ ବେଶରେ ଆସି ଛେରା ପହଁରା କରିଥିଲେ । ଗଜପତି ମହାରାଜଙ୍କ ଛେରାପହଁରା ପରେ ତିନିରଥ ମାଉସୀ ମା ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି ।

raja

raja

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.